ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି।

ଉଭୟ ସହରରେ ଆଜି ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ-ଇଞ୍ଜିନିୟରିଂ ସ୍କୁଲ-ରେଲଓ୍ବେ ଷ୍ଟେଶନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ।

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡ଼େ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡ଼ିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆଜି ଆପଣଙ୍କ ସହରରେ ମୋ ବସ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ ପାଇଁ ଉଭୟ କ୍ୟାସ ଓ ଡିଜିଟାଲ ମୋଡ୍ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି କହି ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ। ସମ୍ବଲପୁର ମୋ ବସ ଗୁଡିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି ଏବଂ କମ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ବୋଲି ସେ କହିଥିଲେ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ ସେବା ସୁବିଧା ମିଳିବ ବୋଲି ସେ ଘୋଷଣା କରିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ ଯୋଗ ଦେଇ କହିଲେ, ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ଏହି ମୋ’ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ଆଜି ବିକାଶର ଧାରା ସମ୍ବଲପୁର ଜିଲାରେ ଜାରି ରହିଛି। ଏଥିପାଇଁ ଜିଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଇଥିଲେ।

ସେହିଭଳି ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ, ବ୍ରହ୍ମପୁର ସହରରେ ପିଇବା ପାଣିଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ’ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜୀ ମାଥି ଭାଥାନନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ବଦଳିଗଲା ୮ ନିୟମ: LPG ସିଲିଣ୍ଡର, ମୋବାଇଲ କଲିଂ, ପେନଶନରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ପକେଟ ଉପରେ କ’ଣ ପଡ଼ିବ ପ୍ରଭାବ?

ନୁଆଦିଲ୍ଲୀ,୧।୧୧: ଆଜି, ଅର୍ଥାତ ୧ ନଭେମ୍ୱର ୨୦୨୬ରୁ, ସାରା ଦେଶରେ ଅନେକ ବଡ଼ ଆର୍ଥିକ ତଥା ଅଣ-ଆର୍ଥିକ ନିୟମରେ ପରିବର୍ତ୍ତନ ଘଟିଛି। ଜିଏସଟି (GST) ପଞ୍ଜୀକରଣ ପ୍ରକ୍ରିୟା,…

ଭାରତ ରଚିଲା ନୂଆ ଇତିହାସ, କମନୱେଲଥ ଚାମ୍ପିୟନସିପରେ ଜିତିଲା ଦୁଇଟି ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧।୧୧: କବାଡ଼ିରେ ଭାରତ ଦ୍ୱିଗୁଣ ସଫଳତା ହାସଲ କରିଛି। କମନୱେଲଥ କବାଡ଼ି ଚାମ୍ପିୟନସିପରେ ଭାରତର ପୁରୁଷ ଏବଂ ମହିଳା ଉଭୟ ଦଳ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫାଇନାଲ…

ଟିମ ଇଣ୍ଡିଆର Playing11ରେ ଦୁଇ ବଡ଼ ପରିବର୍ତ୍ତନ, ଫେରିଲେ ଆଉ ଜଣେ ଦକ୍ଷ ବୋଲର

ନୂଆଦିଲ୍ଲୀ,୧।୧୧: ପଞ୍ଚମ ଟି-୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଏହା ପ୍ରଥମ ଥର ପାଇଁ ଘଟିଛି ଯେଉଁଠାରେ ଭାରତୀୟ…

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ…

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?