ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି।

ଉଭୟ ସହରରେ ଆଜି ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ-ଇଞ୍ଜିନିୟରିଂ ସ୍କୁଲ-ରେଲଓ୍ବେ ଷ୍ଟେଶନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ।

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡ଼େ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡ଼ିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆଜି ଆପଣଙ୍କ ସହରରେ ମୋ ବସ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ ପାଇଁ ଉଭୟ କ୍ୟାସ ଓ ଡିଜିଟାଲ ମୋଡ୍ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି କହି ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ। ସମ୍ବଲପୁର ମୋ ବସ ଗୁଡିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି ଏବଂ କମ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ବୋଲି ସେ କହିଥିଲେ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ ସେବା ସୁବିଧା ମିଳିବ ବୋଲି ସେ ଘୋଷଣା କରିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ରୋହିତ ପୂଜାରୀ ଯୋଗ ଦେଇ କହିଲେ, ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ଏହି ମୋ’ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ଆଜି ବିକାଶର ଧାରା ସମ୍ବଲପୁର ଜିଲାରେ ଜାରି ରହିଛି। ଏଥିପାଇଁ ଜିଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଇଥିଲେ।

ସେହିଭଳି ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ, ବ୍ରହ୍ମପୁର ସହରରେ ପିଇବା ପାଣିଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ’ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜୀ ମାଥି ଭାଥାନନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?