ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜଭୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲା ଯୋଡ଼ିହୋଇଛି।

ଆଜିର ଶୁଭାରମ୍ଭ ପରେ ୩ଟି ଜିଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ। ଦେବଗଡ଼ର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।

ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧୀର କୁମାର ସାମଲ, ଅନୁଗୋଳରେ ବିଧାୟକ ରଜନୀକାନ୍ତ ସିଂ, ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ସେମାନଙ୍କର ଅଭିଭାଷଣ ଦେଇଥିଲେ।
କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri