ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ନବରଙ୍ଗପୁରରେ ୪୪ଟି ବସ୍ ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା । ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକମତକୁ ସମ୍ମାନ ଦେବା ମୋ ସରକାରର ହଲ୍‌ମାର୍କ। ଆମର ସବୁ ଯୋଜନା ଲୋକମତ ଆଧାରରେ କାର୍ଯ୍ୟକାରୀ ହେଉଛି। ଲକ୍ଷ୍ମୀ ବସ୍ ଠାରୁ ଆରମ୍ଭକରି, ଆମ ବ୍ୟାଙ୍କ, ଆମ ଓଡିଶା ନବୀନ ଓଡିଶା ଏବଂ ମଠ, ମନ୍ଦିର ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଟଙ୍କା ମଞ୍ଜୁରି- ସବୁ କାମ ଲୋକମାନଙ୍କର ପ୍ରସ୍ତାବ ଅନୁଯାୟୀ କରାଯାଇଛି।

ସେ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍ ଯୋଗୁ ସମସ୍ତେ ସୁବିଧାରେ ନିଜ କାମରେ ବିଭିନ୍ନ ଜାଗାକୁ ଯାଇପାରିବେ। ଏହା ଦ୍ୱାରା ସାମାଜିକ, ଅର୍ଥନୈତିକ ବିକାଶ ଘଟିବ। ଏହା ମାଧ୍ୟମରେ ଆପଣଙ୍କ ଘରକୁ ମା’ ଲକ୍ଷ୍ମୀ ଆସିବେ। ଘରେ ଘରେ ଖୁସି ଓ ଆନନ୍ଦ ଆସିବ ବୋଲି ସେ କହିଥିଲେ।
ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ । ଘର ପାଖକୁ ଆସିବ ବସ୍। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଗମନାଗମନ କ୍ଷେତ୍ରରେ ସୁବିଧା ଯୋଗାଇ ଦେଇ ବିଭିନ୍ନ କାମରେ ଲକ୍ଷ୍ମୀ ବସ୍ ହେବ ଆପଣଙ୍କ ସାରଥୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ନବରଙ୍ଗପୁର ପ୍ରତି ମୋର ସ୍ୱତନ୍ତ୍ର ଧ୍ୟାନ ରହିଛି ବୋଲି ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ନବରଙ୍ଗପୁରର ଭିତ୍ତିଭୂମି ବିକାଶ ପାଇଁ ବହୁତ କାମ ଚାଲିଛି। ରାସ୍ତାଘାଟ, ସେତୁ, ଜଳସେଚନ, ମେଗା ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ , ମକା ମିଶନ୍ ଆଦି ଅନେକ କାମ ଚାଲିଛି। ଆଗାମୀ ୩ ବର୍ଷ ମଧ୍ୟରେ ଜିଲ୍ଲାରେ ବ୍ୟାପକ ରୂପାନ୍ତର ଆସିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri