ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ନବରଙ୍ଗପୁରରେ ୪୪ଟି ବସ୍ ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା । ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକମତକୁ ସମ୍ମାନ ଦେବା ମୋ ସରକାରର ହଲ୍‌ମାର୍କ। ଆମର ସବୁ ଯୋଜନା ଲୋକମତ ଆଧାରରେ କାର୍ଯ୍ୟକାରୀ ହେଉଛି। ଲକ୍ଷ୍ମୀ ବସ୍ ଠାରୁ ଆରମ୍ଭକରି, ଆମ ବ୍ୟାଙ୍କ, ଆମ ଓଡିଶା ନବୀନ ଓଡିଶା ଏବଂ ମଠ, ମନ୍ଦିର ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଟଙ୍କା ମଞ୍ଜୁରି- ସବୁ କାମ ଲୋକମାନଙ୍କର ପ୍ରସ୍ତାବ ଅନୁଯାୟୀ କରାଯାଇଛି।

ସେ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍ ଯୋଗୁ ସମସ୍ତେ ସୁବିଧାରେ ନିଜ କାମରେ ବିଭିନ୍ନ ଜାଗାକୁ ଯାଇପାରିବେ। ଏହା ଦ୍ୱାରା ସାମାଜିକ, ଅର୍ଥନୈତିକ ବିକାଶ ଘଟିବ। ଏହା ମାଧ୍ୟମରେ ଆପଣଙ୍କ ଘରକୁ ମା’ ଲକ୍ଷ୍ମୀ ଆସିବେ। ଘରେ ଘରେ ଖୁସି ଓ ଆନନ୍ଦ ଆସିବ ବୋଲି ସେ କହିଥିଲେ।
ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ । ଘର ପାଖକୁ ଆସିବ ବସ୍। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଗମନାଗମନ କ୍ଷେତ୍ରରେ ସୁବିଧା ଯୋଗାଇ ଦେଇ ବିଭିନ୍ନ କାମରେ ଲକ୍ଷ୍ମୀ ବସ୍ ହେବ ଆପଣଙ୍କ ସାରଥୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ନବରଙ୍ଗପୁର ପ୍ରତି ମୋର ସ୍ୱତନ୍ତ୍ର ଧ୍ୟାନ ରହିଛି ବୋଲି ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ନବରଙ୍ଗପୁରର ଭିତ୍ତିଭୂମି ବିକାଶ ପାଇଁ ବହୁତ କାମ ଚାଲିଛି। ରାସ୍ତାଘାଟ, ସେତୁ, ଜଳସେଚନ, ମେଗା ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ , ମକା ମିଶନ୍ ଆଦି ଅନେକ କାମ ଚାଲିଛି। ଆଗାମୀ ୩ ବର୍ଷ ମଧ୍ୟରେ ଜିଲ୍ଲାରେ ବ୍ୟାପକ ରୂପାନ୍ତର ଆସିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri