ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ କଲେ ପ୍ରକଳ୍ପ ଲୋକାର୍ପଣ, ଶିଳାନ୍ୟାସ

ବଲାଙ୍ଗୀର ଅଫିସ, ୨୨।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବଲାଙ୍ଗୀର ଜିଲାର ୨ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୧ କୋଟି ୮୮ ଲକ୍ଷ ୪୮ ହଜାର ୧୦୦ ଟଙ୍କା ବ୍ୟୟ ଅଟକଳରେ ବଲାଙ୍ଗୀର ସହର ମହାଲକ୍ଷ୍ମୀନଗର ଠାରେ ନିର୍ମିତ କଲ୍ୟାଣ ମଣ୍ଡପ ଓ ୯୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଟିଟିଲାଗଡ ସହରସ୍ଥିତ ଟିଟିଲାଗଡ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ ଗୃହକୁ ମୁଖ୍ୟମନ୍ତ୍ରୀ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଥିଲେ। ଏହାସହିତ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ବଲାଙ୍ଗୀରସ୍ଥିତ ବିଜାଖମନଠାରେ ୮ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟର ଭତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟସ୍ଥିତ ଓସୱାନ ଭିଡିଓ କନଫରେନ୍ସିଂ ହଲ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଜିଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲାପାଳ ଚଞ୍ଚଳ ରାଣା, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗୀର ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଏନ୍‌କେ ଘଡାଇ, କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅର୍ଜୁନ ବେହେରା, ବଲାଙ୍ଗୀର ପୌର ପରିଷଦର ୱାର୍ଡ ନମ୍ବର ୧୮ର କାଉନସିଲର ଗଙ୍ଗାଧର ଚାନ୍ଦ, ପଶ୍ଚିମ ଓଡିଶା ବିକାଶ ପରିଷଦ ବଲାଙ୍ଗୀର କାର୍ଯ୍ୟାଳୟ ଭାରପ୍ରାପ୍ତ ଅଧିକାରୀ ସଞ୍ଜୟ କୁମାର ଦୀପ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସରିବା ପରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବେଶୀ ରାଜନୀତି , ଉନ୍ନିତି କମ୍‌ ରହିଥିଲା ବୋଲି କହିଥିଲେ। ଯେଉଁ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ କରାଯାଇଛି ତାହା କେବେ ଏବଂ କେମିତି ହେଲା ତାହା ଲୋକେ ଜାଣିଛନ୍ତି। ସେ କଲ୍ୟାଣ ମଣ୍ଡପ ସମ୍ପୂର୍ଣ୍ଣ ହୋଇନାହିଁ ଓ ଉଦ୍‌ଘାଟନ କରାଯାଇଛି। ତାହା ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ଯାହା ଅର୍ଥ ଆବଶ୍ୟକ ମୁଖ୍ୟମନ୍ତ୍ରୀ ଦେଇଦିଅନ୍ତୁ ବୋଲି ସେ କହିଥିଲେ। ଯେଉଁ ଅଡଟୋରିୟମ ଶୁଭ ଦିଆଯାଇଛି ସେଥିରେ ୫ ଶହ ଲୋକ ବସିପାରିବେ। ଆମେ ୧ ହଜାର ଲୋକ ବସିବା ଅଡିଟୋରିୟମ କରାଯିବାକୁ ଦାବି କରିଥିଲୁ ା ଏଦିଗରେ ପଦକ୍ଷେପ ନେବାକୁ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri