ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁରଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା’ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ। ଜିଲାର ୬୦ ହଜାର ମା’ଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓ୍ବାନ ପଞ୍ଚାୟତ, ଓ୍ବାନ ପ୍ରଡକ୍ଟ ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ। ମା’ମାନେ ଓଡ଼ିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଆଗାମୀ ୫ ବର୍ଷରେ ମା’ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାଲେଶ୍ବର ହେଉଛି ଏକ ଆଗୁଆ ଜିଲା। ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ବିଧାୟକ ସ୍ବରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବାଲେଶ୍ବର ଜିଲାରେ ହୋଇଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।

ମେଡିକାଲ କଲେଜଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଧାୟକଗଣ ଉପସ୍ଥିତ ଥିଲେ। ଜିଲାପାଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri