ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ…

ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଯାଜପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ  ପାଣ୍ଡିଆନ ଘୋଷଣା କରିଛନ୍ତି ।ତେବେ ଏହି ସ୍କଲାରସିପ ସବୁ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ।
ବର୍ଷକୁ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବା ବେଳେ ଛାତ୍ରଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ ।