ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଯୁବପିଢିଙ୍କ ପାଇଁ ଖୋଲାଯିବ…

ଭୁବନେଶ୍ୱର, ୧୬ା୭(ଅସମାପିକା ସାହୁ):ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ୱ ଦେଉଛୁ। ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜିନିବେଶ ବଢୁଥିବାରୁ ଦକ୍ଷ ମାନବ ସମ୍ବଳର ଚାହିଦା ଦ୍ରୁତଗତିରେ ବୃଦ୍ଧି ପାଉଛି। ତେଣୁ ନିର୍ମାଣ କ୍ଷେତ୍ରରେ ଯୁବପିଢ଼ିଙ୍କୁ ଦକ୍ଷ କରିବା ପାଇଁ ରାଜ୍ୟରେ ପ୍ରାୟ ୧୦ଟି ବିଶ୍ବକର୍ମା କେନ୍ଦ୍ର ସ୍ଥାପନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୋମବାର ଓ୍ବାଲର୍‌ଡ ସ୍କିଲ୍‌ ସେଣ୍ଟର(ଡବ୍ଳ୍ୟୁଏସ୍‌ସି)ରେ ରାଜ୍ୟସ୍ତରୀୟ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଓଡ଼ିଶାକୁ ଦକ୍ଷ ମାନବ ସମ୍ବଳ କେନ୍ଦ୍ରରେ ପରିଣତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ଏକ ରୋଡ୍‌ମ୍ୟାପ ପ୍ରସ୍ତୁତ କରାଯାଇଛି। ଆଗାମୀ ୨-୩ ବର୍ଷ ମଧ୍ୟରେ ଆମ ଯୁବପିଢ଼ି ସେମାନଙ୍କ ଆଗ୍ରହ ଆଧାରରେ ଦକ୍ଷତା ପାଠ୍ୟକ୍ରମରେ ପ୍ରବେଶ କରିପାରିବେ ଏବଂ ଶିଳ୍ପର ଚାହିଦା ଅନୁଯାୟୀ ଯୋଗ୍ୟତା ହାସଲ କରି ନିଯୁକ୍ତି ପାଇପାରିବେ। ଆମର ଯୁବପିଢ଼ି ଓଡ଼ିଶାର ଭବିଷ୍ୟତ। ସେମାନଙ୍କ ଦକ୍ଷତା ଓ ପ୍ରତିଭା ଜରିଆରେ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଆତିଥେୟତା ଓ ଆନୁଷଙ୍ଗିକ କ୍ଷେତ୍ରରେ ଯୁବପିଢ଼ିଙ୍କୁ ପ୍ରଶିକ୍ଷଣ ପାଇଁ ପ୍ରଥମ କୌଶଳ ଭବନକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ରାଜ୍ୟରେ ଆଉ ୯ଟି କୌଶଳ କେନ୍ଦ୍ର ଖୋଲାଯିବ ବୋଲି କହିଥିଲେ। ସେହିପରି ଦକ୍ଷତାରେ ଗୁଣବତ୍ତା ହାସଲ କରି ଯୁବବର୍ଗଙ୍କୁ ନିଯୁକ୍ତିଯୋଗ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ‘ସିଏମ୍‌-ଆସ୍ପାୟାର’(CM-ASPIRE) ଯୋଜନାର ଘୋଷଣା ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ, ଦକ୍ଷତାରେ ଗୁଣବତ୍ତା ହାସଲ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଯୋଜନାରେ ଅନେକ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ଦ୍ବାରା ସ୍ଥାପିତ ମଡେଲ କ୍ୟାରିୟର ସେଣ୍ଟରଗୁଡ଼ିକୁ ସୁଦୃଢ଼ କରିବା, ଯୁବପିଢ଼ିଙ୍କ ପାଇଁ ନିଯୁକ୍ତିଯୋଗ୍ୟ ଦକ୍ଷତା ସୃଷ୍ଟି ସହ ଉଦ୍ଭାବନ ଏବଂ ଗବେଷଣାର ଭାବନାର ଜାଗ୍ରତ କରିବା ଏବଂ ଓଡ଼ିଆ ଯୁବପିଢ଼ିଙ୍କୁ ବିଦେଶର ସର୍ବୋତ୍ତମ ଅନୁଷ୍ଠାନରେ ଉଚ୍ଚ ବୈଷୟିକ ଶିକ୍ଷା ଗ୍ରହଣ କରିବାର ସୁଯୋଗ ମିଳିବ। ସେହିପରି ‘ନୂଆ ଓଡ଼ିଶା ଜିଲା ଦକ୍ଷତା କେନ୍ଦ୍ର’ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ, ସ୍ଥାନୀୟ ଶିଳ୍ପର ଆବଶ୍ୟକତାକୁ ପୂରଣ କରିବା ଦିଗରେ ସ୍ଥାନୀୟ ନିଯୁକ୍ତିର ଆବଶ୍ୟକତା ରହିଛି। ଏଥିପାଇଁ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ବିକେନ୍ଦ୍ରୀକରଣ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଲକ୍ଷ୍ୟରେ ଜିଲାସ୍ତରରେ ‘ନୂଆ ଓଡ଼ିଶା ଜିଲା ଦକ୍ଷତା କେନ୍ଦ୍ର’ ଖୋଲାଯାଉଛି ବୋଲି ସେ କହିଥିଲେ। ପରେ ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋଶିପ କାର୍ଯ୍ୟକ୍ରମ ଲୋକାର୍ପଣ କରିଥିଲେ। ଜିଲା ପ୍ରଶାସନକୁ ଦକ୍ଷତା ବିକାଶରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋମାନଙ୍କର ପ୍ରମୁଖ ଭୂମିକା ରହିବ। ଏହି ସୁଯୋଗର ସୁବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କୁ ଆହ୍ବାନ ଦେଇଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଏକ କୌଶଳ ରଥର ଶୁଭାରମ୍ଭ କରିଥିଲେ। ଏହି ରଥ ସାରା ରାଜ୍ୟରେ ଭ୍ରମଣ କରି ଯୁବପିଢ଼ିଙ୍କ ମଧ୍ୟରେ ଦକ୍ଷତାର ବାର୍ତ୍ତା ପହଞ୍ଚାଇବ। ସରକାର ଏକ ସ୍କିଲ୍‌ ଇକୋସିଷ୍ଟମ ସୃଷ୍ଟି କରିଛନ୍ତି ଏବଂ ଆମ ଯୁବପିଢ଼ି ଏହାର ସର୍ବୋତ୍ତମ ଉପଯୋଗ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚରଣ ସାଇଁ ଯୋଗଦେଇ କହିଲେ, ରାଜ୍ୟ ସରକାର ଦକ୍ଷତା କ୍ଷେତ୍ରରେ ଓଡ଼ିଶାକୁ ଏକ ନୂଆସ୍ତରକୁ ନେବା ପାଇଁ ଯୋଜନା ଆରମ୍ଭ କରିଛନ୍ତି। କୌଶଳ କ୍ଷେତ୍ରରେ ଓଡ଼ିଶାର ସବୁ ସମ୍ଭାବନାର ପୂରା ଉପଯୋଗ କରାଯାଇ ଯୁବଶକ୍ତିର ବିକାଶ କରାଯିବ ବୋଲି ସେ କହିଥିଲେ। ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଡବ୍ଳ୍ୟୁଏସ୍‌ସିର ବିଭିନ୍ନ ଦକ୍ଷତା ଶିକ୍ଷା କେନ୍ଦ୍ରଗୁଡ଼ିକୁ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri