ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଯୁବପିଢିଙ୍କ ପାଇଁ ଖୋଲାଯିବ…

ଭୁବନେଶ୍ୱର, ୧୬ା୭(ଅସମାପିକା ସାହୁ):ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ୱ ଦେଉଛୁ। ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜିନିବେଶ ବଢୁଥିବାରୁ ଦକ୍ଷ ମାନବ ସମ୍ବଳର ଚାହିଦା ଦ୍ରୁତଗତିରେ ବୃଦ୍ଧି ପାଉଛି। ତେଣୁ ନିର୍ମାଣ କ୍ଷେତ୍ରରେ ଯୁବପିଢ଼ିଙ୍କୁ ଦକ୍ଷ କରିବା ପାଇଁ ରାଜ୍ୟରେ ପ୍ରାୟ ୧୦ଟି ବିଶ୍ବକର୍ମା କେନ୍ଦ୍ର ସ୍ଥାପନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୋମବାର ଓ୍ବାଲର୍‌ଡ ସ୍କିଲ୍‌ ସେଣ୍ଟର(ଡବ୍ଳ୍ୟୁଏସ୍‌ସି)ରେ ରାଜ୍ୟସ୍ତରୀୟ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଓଡ଼ିଶାକୁ ଦକ୍ଷ ମାନବ ସମ୍ବଳ କେନ୍ଦ୍ରରେ ପରିଣତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ଏକ ରୋଡ୍‌ମ୍ୟାପ ପ୍ରସ୍ତୁତ କରାଯାଇଛି। ଆଗାମୀ ୨-୩ ବର୍ଷ ମଧ୍ୟରେ ଆମ ଯୁବପିଢ଼ି ସେମାନଙ୍କ ଆଗ୍ରହ ଆଧାରରେ ଦକ୍ଷତା ପାଠ୍ୟକ୍ରମରେ ପ୍ରବେଶ କରିପାରିବେ ଏବଂ ଶିଳ୍ପର ଚାହିଦା ଅନୁଯାୟୀ ଯୋଗ୍ୟତା ହାସଲ କରି ନିଯୁକ୍ତି ପାଇପାରିବେ। ଆମର ଯୁବପିଢ଼ି ଓଡ଼ିଶାର ଭବିଷ୍ୟତ। ସେମାନଙ୍କ ଦକ୍ଷତା ଓ ପ୍ରତିଭା ଜରିଆରେ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଆତିଥେୟତା ଓ ଆନୁଷଙ୍ଗିକ କ୍ଷେତ୍ରରେ ଯୁବପିଢ଼ିଙ୍କୁ ପ୍ରଶିକ୍ଷଣ ପାଇଁ ପ୍ରଥମ କୌଶଳ ଭବନକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ରାଜ୍ୟରେ ଆଉ ୯ଟି କୌଶଳ କେନ୍ଦ୍ର ଖୋଲାଯିବ ବୋଲି କହିଥିଲେ। ସେହିପରି ଦକ୍ଷତାରେ ଗୁଣବତ୍ତା ହାସଲ କରି ଯୁବବର୍ଗଙ୍କୁ ନିଯୁକ୍ତିଯୋଗ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ‘ସିଏମ୍‌-ଆସ୍ପାୟାର’(CM-ASPIRE) ଯୋଜନାର ଘୋଷଣା ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ, ଦକ୍ଷତାରେ ଗୁଣବତ୍ତା ହାସଲ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଯୋଜନାରେ ଅନେକ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ଦ୍ବାରା ସ୍ଥାପିତ ମଡେଲ କ୍ୟାରିୟର ସେଣ୍ଟରଗୁଡ଼ିକୁ ସୁଦୃଢ଼ କରିବା, ଯୁବପିଢ଼ିଙ୍କ ପାଇଁ ନିଯୁକ୍ତିଯୋଗ୍ୟ ଦକ୍ଷତା ସୃଷ୍ଟି ସହ ଉଦ୍ଭାବନ ଏବଂ ଗବେଷଣାର ଭାବନାର ଜାଗ୍ରତ କରିବା ଏବଂ ଓଡ଼ିଆ ଯୁବପିଢ଼ିଙ୍କୁ ବିଦେଶର ସର୍ବୋତ୍ତମ ଅନୁଷ୍ଠାନରେ ଉଚ୍ଚ ବୈଷୟିକ ଶିକ୍ଷା ଗ୍ରହଣ କରିବାର ସୁଯୋଗ ମିଳିବ। ସେହିପରି ‘ନୂଆ ଓଡ଼ିଶା ଜିଲା ଦକ୍ଷତା କେନ୍ଦ୍ର’ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ, ସ୍ଥାନୀୟ ଶିଳ୍ପର ଆବଶ୍ୟକତାକୁ ପୂରଣ କରିବା ଦିଗରେ ସ୍ଥାନୀୟ ନିଯୁକ୍ତିର ଆବଶ୍ୟକତା ରହିଛି। ଏଥିପାଇଁ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ବିକେନ୍ଦ୍ରୀକରଣ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଲକ୍ଷ୍ୟରେ ଜିଲାସ୍ତରରେ ‘ନୂଆ ଓଡ଼ିଶା ଜିଲା ଦକ୍ଷତା କେନ୍ଦ୍ର’ ଖୋଲାଯାଉଛି ବୋଲି ସେ କହିଥିଲେ। ପରେ ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋଶିପ କାର୍ଯ୍ୟକ୍ରମ ଲୋକାର୍ପଣ କରିଥିଲେ। ଜିଲା ପ୍ରଶାସନକୁ ଦକ୍ଷତା ବିକାଶରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋମାନଙ୍କର ପ୍ରମୁଖ ଭୂମିକା ରହିବ। ଏହି ସୁଯୋଗର ସୁବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କୁ ଆହ୍ବାନ ଦେଇଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଏକ କୌଶଳ ରଥର ଶୁଭାରମ୍ଭ କରିଥିଲେ। ଏହି ରଥ ସାରା ରାଜ୍ୟରେ ଭ୍ରମଣ କରି ଯୁବପିଢ଼ିଙ୍କ ମଧ୍ୟରେ ଦକ୍ଷତାର ବାର୍ତ୍ତା ପହଞ୍ଚାଇବ। ସରକାର ଏକ ସ୍କିଲ୍‌ ଇକୋସିଷ୍ଟମ ସୃଷ୍ଟି କରିଛନ୍ତି ଏବଂ ଆମ ଯୁବପିଢ଼ି ଏହାର ସର୍ବୋତ୍ତମ ଉପଯୋଗ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚରଣ ସାଇଁ ଯୋଗଦେଇ କହିଲେ, ରାଜ୍ୟ ସରକାର ଦକ୍ଷତା କ୍ଷେତ୍ରରେ ଓଡ଼ିଶାକୁ ଏକ ନୂଆସ୍ତରକୁ ନେବା ପାଇଁ ଯୋଜନା ଆରମ୍ଭ କରିଛନ୍ତି। କୌଶଳ କ୍ଷେତ୍ରରେ ଓଡ଼ିଶାର ସବୁ ସମ୍ଭାବନାର ପୂରା ଉପଯୋଗ କରାଯାଇ ଯୁବଶକ୍ତିର ବିକାଶ କରାଯିବ ବୋଲି ସେ କହିଥିଲେ। ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଡବ୍ଳ୍ୟୁଏସ୍‌ସିର ବିଭିନ୍ନ ଦକ୍ଷତା ଶିକ୍ଷା କେନ୍ଦ୍ରଗୁଡ଼ିକୁ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?