ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୭ା୨(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ କରିଛନ୍ତି। ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରାଜ୍ୟରେ ଶୁଭାରମ୍ଭ ହୋଇଛି ବୋଲି ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ଏଥିସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍‌ ସେଣ୍ଟରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରି ଏହା ଲୋକମାନଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ମିଳିବ ବୋଲି କହିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କ ଉଦ୍ୟମକୁ ଉଚ୍ଚ ପ୍ରଶଂସା କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୌରାଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ଓଏଚ୍‌ଆର୍‌ଡିସି ଅଧ୍ୟକ୍ଷ ଡି. ବିଶ୍ବନାଥ, ରାଜ୍ୟ କୃଷି ବିପଣନ ବୋର୍ଡ ପରାମର୍ଶଦାତା ସୁରେନ୍ଦ୍ର ପ୍ରଧାନ, ଗ୍ରୀଟ୍‌ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ସମେତ ବ୍ଲକ ଓ ପୌର ପରିଷଦର ନିର୍ବାଚିତ ପ୍ରତିନିଧି, ଏସ୍‌ଏଚ୍‌ଜି ମହିଳା ଗୋଷ୍ଠୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ସୁବ୍ରତ କୁମାର ଜେନା, ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଡା ପ୍ରତିଭା ପାତ୍ର, ଡା ଦୁର୍ଗା ପ୍ରସାଦ ପଣ୍ଡା, ଡା ମାଧବ ଚନ୍ଦ୍ର ସାହୁଙ୍କ ସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri