ଜୁନ୍‌ରେ ମେଟ୍ରୋ ଟ୍ରେନ୍‌ ଶୁଭ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ କାମ ଆରମ୍ଭ ହେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ଶୁକ୍ରବାର ବିଭାଗର ସମୀକ୍ଷା ପରେ ଗୀତଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ ନିଗମ ପରାମର୍ଶରେ ଡିପିଆର୍‌ ପ୍ରସ୍ତୁତି ଚାଲିଛି। ଅନ୍ୟପକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ଗୃହ ଓ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ କହିଛନ୍ତି ଯେ ଜୁନ୍‌ ମାସରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଶୁଭାରମ୍ଭ କରିପାରନ୍ତି। ମେଟ୍ରୋ ଟ୍ରେନ୍‌ ପାଇଁ ସର୍ଭେ ଶେଷ ହୋଇଛି। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି। ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କେଉଁ ରୁଟ୍‌ରେ ମେଟ୍ରୋ ଟ୍ରେନ୍‌ ଯିବ ତାହା ଚିହ୍ନଟ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ମେଟ୍ରୋ ଟ୍ରେନ୍‌ ଚାଲିବ। ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ଚାଲିବା ପାଇଁ ଯୋଜନା କରାଯାଉଛି ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଜାଗା ମିଶନ, ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ, ମୁକ୍ତା ଯୋଜନା କାର୍ଯ୍ୟକାରୀ ହେଉଛି। ଏସ୍‌ଏଚ୍‌ଜି ଓ ବସ୍ତି ବାସିନ୍ଦାଙ୍କ ଉନ୍ନତି ଦିଗରେ କାର୍ଯ୍ୟ ଚାଲିଛି। ୧ ଲକ୍ଷ ୬୨ ହଜାର ୩୨୭ ଘର ନିର୍ମାଣ କରାଯାଇଛି। ସମସ୍ତ ୧୧୫ ପୌରାଞ୍ଚଳର ୨୦୫୫ ୱାର୍ଡରେ ଘରକୁ ଘର ଯାଇ ଅଳିଆ ସଂଗ୍ରହ କରାଯାଉଛି। ୨୦୨୪ ମାର୍ଚ୍ଚ ସୁଦ୍ଧା ଭୁବନେଶ୍ୱରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା କାର୍ଯ୍ୟ ଶେଷ ହେବ। ରାଉରକେଲା, କଟକ ଓ ବ୍ରହ୍ମପୁରରେ ୨୦୨୩ ଶେଷ ସୁଦ୍ଧା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା କାର୍ଯ୍ୟ ସରିବ। ଜାଗା ମିଶନ ଜରିଆରେ ଲୋକଙ୍କୁ ଜମି ଅଧିକାର ପ୍ରଦାନ କରି ବର୍ତ୍ତମାନ ସୁଦ୍ଧା ୭୭୨ଟି ବସ୍ତିକୁ ବିଜୁ ଆଦର୍ଶ କଲୋନିରେ ପରିବର୍ତ୍ତିତ କରାଯାଇଛି। ଗଞ୍ଜାମର ୪ଟି ସହର ହିଞ୍ଜିଳିକାଟୁ, ଦିଗପହଣ୍ଡି, ରମ୍ଭା ଓ ପୁରୁଷୋତ୍ତମପୁରକୁ ବସ୍ତି ମୁକ୍ତ ମାନ୍ୟତା ମିଳିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?