ଜୁନ୍‌ରେ ମେଟ୍ରୋ ଟ୍ରେନ୍‌ ଶୁଭ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ କାମ ଆରମ୍ଭ ହେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ଶୁକ୍ରବାର ବିଭାଗର ସମୀକ୍ଷା ପରେ ଗୀତଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ ନିଗମ ପରାମର୍ଶରେ ଡିପିଆର୍‌ ପ୍ରସ୍ତୁତି ଚାଲିଛି। ଅନ୍ୟପକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ଗୃହ ଓ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ କହିଛନ୍ତି ଯେ ଜୁନ୍‌ ମାସରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଶୁଭାରମ୍ଭ କରିପାରନ୍ତି। ମେଟ୍ରୋ ଟ୍ରେନ୍‌ ପାଇଁ ସର୍ଭେ ଶେଷ ହୋଇଛି। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି। ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କେଉଁ ରୁଟ୍‌ରେ ମେଟ୍ରୋ ଟ୍ରେନ୍‌ ଯିବ ତାହା ଚିହ୍ନଟ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ମେଟ୍ରୋ ଟ୍ରେନ୍‌ ଚାଲିବ। ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ଚାଲିବା ପାଇଁ ଯୋଜନା କରାଯାଉଛି ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଜାଗା ମିଶନ, ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ, ମୁକ୍ତା ଯୋଜନା କାର୍ଯ୍ୟକାରୀ ହେଉଛି। ଏସ୍‌ଏଚ୍‌ଜି ଓ ବସ୍ତି ବାସିନ୍ଦାଙ୍କ ଉନ୍ନତି ଦିଗରେ କାର୍ଯ୍ୟ ଚାଲିଛି। ୧ ଲକ୍ଷ ୬୨ ହଜାର ୩୨୭ ଘର ନିର୍ମାଣ କରାଯାଇଛି। ସମସ୍ତ ୧୧୫ ପୌରାଞ୍ଚଳର ୨୦୫୫ ୱାର୍ଡରେ ଘରକୁ ଘର ଯାଇ ଅଳିଆ ସଂଗ୍ରହ କରାଯାଉଛି। ୨୦୨୪ ମାର୍ଚ୍ଚ ସୁଦ୍ଧା ଭୁବନେଶ୍ୱରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା କାର୍ଯ୍ୟ ଶେଷ ହେବ। ରାଉରକେଲା, କଟକ ଓ ବ୍ରହ୍ମପୁରରେ ୨୦୨୩ ଶେଷ ସୁଦ୍ଧା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା କାର୍ଯ୍ୟ ସରିବ। ଜାଗା ମିଶନ ଜରିଆରେ ଲୋକଙ୍କୁ ଜମି ଅଧିକାର ପ୍ରଦାନ କରି ବର୍ତ୍ତମାନ ସୁଦ୍ଧା ୭୭୨ଟି ବସ୍ତିକୁ ବିଜୁ ଆଦର୍ଶ କଲୋନିରେ ପରିବର୍ତ୍ତିତ କରାଯାଇଛି। ଗଞ୍ଜାମର ୪ଟି ସହର ହିଞ୍ଜିଳିକାଟୁ, ଦିଗପହଣ୍ଡି, ରମ୍ଭା ଓ ପୁରୁଷୋତ୍ତମପୁରକୁ ବସ୍ତି ମୁକ୍ତ ମାନ୍ୟତା ମିଳିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri