ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ

ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଏସବୁ ପ୍ରଦାନ କରି ଏହା ମୋ ନିଜର ମା’ଙ୍କୁ ଦେବା ପରି ଅନୁଭବ କରୁଛି’। ସେ କହିଛନ୍ତି ଯେ, ଆପଣ ମାନେ ସମସ୍ତେ ଏହାକୁ ବ୍ରତ ପାଳନ ବେଳେ ବ୍ୟବହାର କରିବେ।

ଏ ମାସ ସାରା ଆପଣ ମାନେ ଯେପରି ଖୁବ୍ ଭଲ ଭାବରେ ହବିଷ କରିବେ, ମହାପ୍ରଭୁଙ୍କ ଦର୍ଶନ କରିବେ, ମହାପ୍ରସାଦ ସେବନ କରିବେ, ଭଜନ କୀର୍ତ୍ତନ ଶୁଣିବେ ଓ ଖୁସି ମନରେ ଘରକୁ ଫେରିବେ, ସେଥିପ୍ରତି ଯତ୍ନବାନ ହେବାକୁ ମୁଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି ବୋଲି ସେ କହିଥିଲେ। ମା’ ମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଡାକ୍ତର ବ୍ୟବସ୍ଥା ମଧ୍ୟ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ଭଲରେ ରୁହନ୍ତୁ, ଆନନ୍ଦରେ ରୁହନ୍ତୁ। ନିଜ ପରିବାର ତଥା ରାଜ୍ୟର ସମୃଦ୍ଧି ଓ ବିକାଶ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତୁ। ଓଡିଶା ବାହାରେ ଥିବା ସମୟରେ କିଛି ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧା ସମ୍ପର୍କରେ ସୂଚନା ପାଇବା ପରେ ସେ ତୁରନ୍ତ ଏହାର ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ବୋଲି ସେ ପ୍ରକାଶ କରିଥିଲେ। ସେ ସବୁର ସମାଧାନ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ଦୃଷ୍ଟିରୁ ଭକ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧିପାଉଛି। ତେଣୁ ଏହିସବୁକୁ ଦୃଷ୍ଟିରେ ରଖି ଅନେକ ସଂସ୍କାର ଆଣିବାକୁ ପଡିବ। ସବୁଠାରୁ ବଡ ସୁଧାର ହେଉଛି କିପରି ଭାବେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିହେବ। ଏହି ସଂସ୍କାର ପାଇଁ ଆମ ସେବାୟତମାନେ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ କାର୍ଯ୍ୟରତ ଅଛନ୍ତି। କିନ୍ତୁ, ମୁଁ ଯେପରିଭାବେ କହିଛି ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଅନନ୍ୟ। ପୁରା ବର୍ଷରେ ବୋଧହୁଏ କାର୍ତ୍ତିକ ମାସରେ ସବୁଠାରୁ ଅଧିକ ଶ୍ରଦ୍ଧାଳୁ ମନ୍ଦିର ଭିତରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଥାନ୍ତି। କାର୍ତ୍ତିକ ପୂର୍ଣ୍ଣମୀରେ ଅନୁଷ୍ଠିତ ହେଉଥିବା ସୁନା ବେଶ ଦିନ ବୋଧହୁଏ ମନ୍ଦିର ଭିତରେ ସବୁଠାରୁ ଅଧିକ ଭିଡ ହୋଇଥାଏ। ପ୍ରଭୁଙ୍କ କରୁଣାରୁ ସମସ୍ତ ଭକ୍ତ ଦର୍ଶନ କରନ୍ତି, ଏବଂ ଏଇଥର ମଧ୍ୟ ଆପଣମାନେ ସମସ୍ତେ ଶ୍ରୀ ଜୀଉଙ୍କ ଭଲଭାବେ ଦର୍ଶନ କରିବେ ବୋଲି ମୋର ଆଶା ବୋଲି ସେ କହିଥିଲେ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଓ କାର୍ତ୍ତିକ ବ୍ରତର ମହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବିଶ୍ବାସ ଅଛି, କାଳିଆର ଡୋରୀ ନ ଲାଗିଲେ ଶ୍ରୀକ୍ଷେତ୍ର ଆସିବାର ସୁଯୋଗ ମିଳେନାହିଁ। ପବିତ୍ର କାର୍ତ୍ତିକ ମାସରେ ପବିତ୍ର ଜଗନ୍ନାଥ ଧାମରେ ଆଜି ଆସିବାର ସୁଯୋଗ ମିଳିଥିବାରୁ ମୁଁ ପ୍ରଭୁଙ୍କ ପାଖରେ କୃତକୃତ୍ୟ। ଆମ ଓଡିଆ ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସ ଏକ ପବିତ୍ର ଓ ଧାର୍ମିକ ମାସ ଭାବେ ଗଣା ଯାଏ। କାର୍ତ୍ତିକ ମାସ ପୂଣ୍ୟ ଅର୍ଜନର ମାସ। କାର୍ତ୍ତିକ ବ୍ରତର ମହାତ୍ମ୍ୟ ସମ୍ପର୍କରେ କୁହାଯାଇଛି ଯେ ଯେତେ ଦର୍ଶନ, ଯେତେ ତୀର୍ଥ, ଯେତେ ଯାଗ ଯଜ୍ଞ ଇତ୍ୟାଦି ଅଛି ସେସବୁର ଧର୍ମକୁ ଠୁଳ କଲେ କାର୍ତ୍ତିକ ବ୍ରତ ସହିତ ସମାନ ହେବ ନାହିଁ । ଭଗବତ୍ ଗୀତାରେ ମଧ୍ୟ ଏ ବିଷୟରେ ବର୍ଣ୍ଣନା ଅଛି। ଶ୍ରୀକ୍ଷେତ୍ରରେ ଏହାର ସ୍ବତନ୍ତ୍ର ପାଳନ ବିଧି ରହିଛି। ଏହି ମାସରେ ଆମ ମା ଓ ମାଉସୀ ମାନେ ନିଷ୍ଠାର ସହ ପ୍ରତ୍ୟୁଷରୁ ସ୍ନାନ କରି ବ୍ରତ ପାଳନ ଓ ପୂଜା କରିଥାନ୍ତି। କାର୍ତ୍ତିକ ମାସ ସାରା ସେମାନେ ରାଇ ଦାମୋଦରଙ୍କ ପୂଜା, ତୁଳସୀ ଚଉରା ପୂଜା ସହ ହବିଷ ପାଳନ କରିଥାନ୍ତି। କାର୍ତ୍ତକ ମାସରେ ବିଷ୍ଣୁଙ୍କର ପ୍ରଧାନ ଆରାଧନା ହେଉଛି ରାଇ ଦାମୋଦର ବ୍ରତ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ଭାବେ ବୃନ୍ଦାବତୀ ନିବାସ ନାମରେ ଏକ ହବିଷ୍ୟାଳୀ ଭବନ କରାଯାଇଛି। ଚଳିତ ବର୍ଷ ବୃନ୍ଦାବତୀ ଭବନ ସହିତ ଅନ୍ୟ ତିନୋଟି କେନ୍ଦ୍ର ଯଥା – ଅକ୍ଷୟ ପାତ୍ର ପାଉଣ୍ଡେସନ, ବଗଲା ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ ମାନଙ୍କୁ ରଖାଯାଇଛି। ପୁରୀ ଜିଲ୍ଲା ପ୍ରଶାସନକୁ ମା’ ମାନଙ୍କର ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଁ ନିର୍ଦ୍ଦେଶ ଦେଇଛି।

ଜଗନ୍ନାଥଙ୍କ କୃପାରୁ ଆମ ସରକାର ରାଜ୍ୟର ସମସ୍ତ ବର୍ଗର ଲୋକଙ୍କ ପାଇଁ କାର୍ଯ୍ୟକରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର କଲ୍ୟାଣ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନା, ଚାଷୀମାନଙ୍କ ପାଇଁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଏବଂ ଲୋକଙ୍କ ସୁଖଦୁଃଖ ବୁଝିବା ପାଇଁ ନିୟମିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।

ସେ କହିଥିଲେ ଯେ, ଏ ସରକାର ଲୋକଙ୍କ ସରକାର, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଲୋକଙ୍କର ସେବକ। ଏହି ସେବା ମନୋଭାବକୁ ଆପଣମାନେ ଆଶୀର୍ବାଦ ଦେବେ ବୋଲି ସେ ଆଶା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ପୁରୀ ସାଂସଦ ଡ. ସମ୍ବିତ ପାତ୍ର କହିଲେ ଯେ, ନାରୀର ଜୀବନ ସାଧାରଣ ନୁହେଁ। ନାରୀମାନେ ତାଙ୍କ ଜୀବନ କାଳ ମଧ୍ୟରେ ପରିବାର ପାଇଁ, ସମାଜ ପାଇଁ ଅନେକ ତ୍ୟାଗ କରିଥାନ୍ତି। ମହାପ୍ରଭୁଙ୍କ ନିକଟରେ ଆପଣମାନେ ରାଜ୍ୟବାସୀଙ୍କ କଲ୍ୟାଣ କାମନା କରନ୍ତୁ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଶ୍ରୀ ସୁନିଲ ମହାନ୍ତି ଯୋଗଦେଇଥିଲେ । ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଡି.ଆଇ.ଜି.ଚରଣ ସିଂ ମୀନା, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍…

ଭୟଙ୍କର ଦୁର୍ଘଟଣା: ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଡ୍ରାଇଭରଙ୍କ…

ଅତାବିରା, ୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ – ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଅତାବିରା – ଧର୍ମଶାଳା ଛକରେ ଏହି…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କୁ ଭୟଙ୍କର ଧମକ ଦେଲା ଇରାନ, କହିଦେଲା ଏମିତି, ଆମେରିକା ଛାନିଆ!

ଓ୍ବାଶିଂଟନ,୧୩।୩: ଆମେରିକା ଏବଂ ଇସ୍ରାଏଲ ଇରାନକୁ ଏକ ଭୟଙ୍କର ଧ୍ୱଂସାତ୍ମକ ଦୃଶ୍ୟ ଉପସ୍ଥାପନ କରିଛନ୍ତି ଯାହା ହୃଦୟ ବିଦାରକ। ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆହୁରି ଗଭୀର ହେଉଛି। ଇରାନର…

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

କଂଗ୍ରେସର ୮ ଗଲେ, ୬ ରହିଲେ

ଭୁବନେଶ୍ୱର, ୧୩।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri