ରାଜକିଶୋର ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ଓଡ଼ିଶା ରିଭ୍ୟୁର ପୂର୍ବତନ ସମ୍ପାଦକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜକିଶୋର ମିଶ୍ରଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଓଡ଼ିଆ ସାହିତ୍ୟ ବିଶେଷକରି ଅନୁବାଦ ସାହିତ୍ୟ କ୍ଷେତ୍ରରେ ତାଙ୍କ ଅବଦାନ ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଶୁକ୍ରବାର ରାଜକିଶୋର ମିଶ୍ରଙ୍କର ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଓଡ଼ିଶାର ଅଶୋକ, ଅଜିତ୍‌ଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୯(ବ୍ୟୁରୋ): ଗୁରୁଦିବସ ଅବସରରେ ରବିବାର ଦେଶର ୪୪ଜଣ ଆଦର୍ଶ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ମିଳିଛି। ଭର୍ଚୁଆଲରେ ଆୟୋଜିତ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି...

କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍‌ଫରେନ୍ସ ସୁବିଧା

କଟକ ଅଫିସ୍‌,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍‌...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍‌. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍‌. ଏଜେନ୍ସିି...

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସଦର ଥାନା ତରଭା ଫାଣ୍ଡି ଅଞ୍ଚଳର ବହୁଚର୍ଚ୍ଚିତ ଚିକୁନ ବିଶ୍ୱାଳ (୩୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଘଟଣାର ୧୧ଦିନ ପରେ...

CORONAVIRUS UPDATE: ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୯୦୯କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ...

ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ...

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ

ଚିତ୍ରକୋଣ୍ଡା,୧୦ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଏସ୍‌ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ସେଠୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ବୁଧବାର ନିଲମ୍ବିତ କରାଯାଇଛି।...

Advertisement
Archives

Model This Week