ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ। ଆଜି ତାଙ୍କର ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri