ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦ୍ଵୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ର ପରିବାରବର୍ଗଙ୍କ ପାଇଁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri