ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ଅସମାପିକା ସାହୁ): ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ। ଭାରତରେ ସବୁଜ ବିପ୍ଳବର ପିତା ଭାବରେ ଜଣାଶୁଣା ସ୍ବାମୀନାଥନ ଭାରତର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏବଂ କୃଷକଙ୍କ ଅବସ୍ଥାକୁ ପରିବର୍ତ୍ତନ କରିଥିଲେ। ସେ ସାରା ଜୀବନ ଟେକ୍ନୋଲୋଜି ମାଧ୍ୟମରେ କୃଷକଙ୍କ ସଶକ୍ତିକରଣ ପାଇଁ କାର୍ଯ୍ୟ କରିଥିଲେ ଏବଂ  ଉପଯୁକ୍ତ କୃଷକମାନଙ୍କ ଜନନୀତି ପାଇଁ ଲଢ଼ିଥିଲେ।

ଓଡ଼ିଶା ସହିତ ତାଙ୍କର ସୁସମ୍ପର୍କକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଓଡ଼ିଶାରେ ତାଙ୍କର ପ୍ରଥମ ଗବେଷଣା ଆରମ୍ଭ କରିଥିଲେ ଏବଂ ରାଜ୍ୟ କୃଷକମାନଙ୍କୁ ସବୁ ପ୍ରକାରରେ ସାହାଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟିତ ଥିଲେ। ଓଡ଼ିଶାର ଆଦିବାସୀ ଅଞ୍ଚଳରେ ଚାଷ କାର୍ଯ୍ୟରେ ଉନ୍ନତି ଆଣିବାରେ ତାଙ୍କର ଅବଦାନ ଅତୁଳନୀୟ। ତାଙ୍କ ବିୟୋଗରେ କୃଷି ବିଜ୍ଞାନ କ୍ଷେତ୍ରରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେଲା।

ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ତାଙ୍କର ଗଭୀର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri