କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୭(ଅସମାପିକା ସାହୁ): କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ବଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ଜଣାଇଛନ୍ତି।

କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରି କହିଛନ୍ତି, ଓଡିଶାର ଗୌରବ ତଥା କୃଷିବିତ୍‌ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ । ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri