ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଜନପ୍ରତିନିଧି ଭାବେ ଓଡ଼ିଶାର ବିକାଶ ପାଇଁ ତାଙ୍କର ଉଦ୍ୟମ ସ୍ମରଣୀୟ ହୋଇ ରହିବ। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ କରଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।