ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ସଂଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ବତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

ଏଥିସହିତ ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri