ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ସଂଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ବତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

ଏଥିସହିତ ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri