ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଚାଷୀନେତା ବିଜୟ କୁମାର ଜେନାଙ୍କ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ଗୁରାଣ୍ଡି ସ୍ଥିତ ତାଙ୍କ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ସେ ଟୁଇଟ୍‌ କରି କହିଛନ୍ତି, ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।