ଭୁବନେଶ୍ୱର,୨୪ା୯(ବ୍ୟୁରୋ): କାର୍ଯ୍ୟରତ ଯୁବ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟ, ଶୁକ୍ରବାର ଭୋର୍ରୁ ମୁଣ୍ଡୁଳିଠାରେ ମହାନଦୀରେ ଫସି ରହିଥିଲା ଏକ ହାତୀ। ଏହି ହାତୀକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କର୍ମଚାରୀ ଓ ଓଡ୍ରାଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀକୁ ଉଦ୍ଧାର କରିବା ପାଇଁ ଓଡ୍ରାଫ୍ ଟିମ୍ ସହ ଏକ ବୋଟ୍ରେ ଯାଇଥିଲେ ଅରିନ୍ଦମ। ଏହି ସମୟରେ ବୋଟ୍ଟି ଓଲଟି ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସହ ଆଉ ଜଣେ କ୍ୟାମେରାମ୍ୟାନ୍ ମଧ୍ୟ ଥିଲେ। ତାଙ୍କର ବର୍ତ୍ତମାନ ଚିକିତ୍ସା ଚାଲିଛି।