ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ ଖାଇବାକୁ ଦିଆଯାଉଛି ଓ କ’ଣ ସବୁ ବ୍ୟବସ୍ଥା ରହିଛି, ସେସବୁ ବୁଲି ଦେଖିବା ସହ କିଛି ଗୋରୁଙ୍କୁ ଫଳ ଓ ପନିପରିବା ଖାଇବାକୁ ଦେଇଥିଲେ। ଏଥିସହ ଗୋରୁମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଏକ ନବଜନ୍ମିତ ବାଛୁରୀକୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ ପଚାରିଥିଲେ। ବାଛୁରୀଟିର ନାମ ଦିଆଯାଇ ନ ଥିବା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ‘କ୍ରିଷ୍ଣା’ ରଖିଥିଲେ।
୨୦୧୮ରେ ବିଏମ୍‌ସି ପକ୍ଷରୁ ଜାମୁକୋଳିଠାରେ ୫.୫ ଏକର ପରିମିତ ଜମିରେ ଏହି ଗୋଶାଳା ସ୍ଥାପନ କରାଯାଇଛି। ଏଠାରେ ବର୍ତ୍ତମାନ ୯୦୬ଟି ଗୋରୁ ରହିଛନ୍ତି। ଏହି ଗୋଶାଳାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି। ଏନେଇ ସମସ୍ତ ପ୍ରାରମ୍ଭିକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଯଥାଶୀଘ୍ର ସମ୍ପ୍ରସାରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, ମେୟର ସୁଲୋଚନା ଦାସ, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri