ସହରବାସୀଙ୍କ ପାଇଁ ସୁବିଧା-ସେବା ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୯ା୨(ଦିଲ୍ଲୀପ ସାମଲ): ଲୋକଙ୍କ ସୁବିଧା ପାଇଁ ସହରାଞ୍ଚଳଗୁଡ଼ିକୁ ୫-ଟିରେ ରୂପାନ୍ତରଣ କରାଯାଇଛି। ସହରବାସୀଙ୍କ ନିମନ୍ତେ ବିଭିନ୍ନ ସୁବିଧା ଓ ସେବା ଉତ୍ସର୍ଗ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଛତ୍ରପୁରସ୍ଥିତ ଏନ୍‌ଏସି କଲ୍ୟାଣ ମଣ୍ଡପଠାରେ ଏହି କାର୍ଯ୍ୟକ୍ରମ ଅବସରରେ ବସୁଧା ଯୋଜନାରେ ଛତ୍ରପୁର ଏନ୍‌ଏସିରେ ପାନୀୟ ଜଳ ଯୋଗାଣ ଉନ୍ନତି ପାଇଁ ରିକାପଲ୍ଲୀ, ସଂରକ୍ଷିତ ପୋଲିସ ଲାଇନ୍‌, ଉପର ବସଷ୍ଟାଣ୍ଡ ଏବଂ ସଂଲଗ୍ନ ଅଞ୍ଚଳରେ ପାଣିଟାଙ୍କି ନିର୍ମାଣ କାର୍ଯ୍ୟର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହା ସହିତ ଅମୃତ ଯୋଜନାରେ ଛତ୍ରପୁର ସହରର ପାନୀୟ ଜଳ ଯୋଗାଣ ଉନ୍ନତିକରଣର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଛତ୍ରପୁର ଏନ୍‌ଏସି କାର୍ଯ୍ୟ ନିର୍ବାହୀଅଧିକାରୀ ୟାସିର ବିଲା ଅହମ୍ମଦ, କାଉନସିଲର ମମତା ପାତ୍ର ଓ ପ୍ରୀତିଛନ୍ଦା ସାମଲ, ଜନସ୍ବାସ୍ଥ୍ୟ ବିଭାଗର କନିଷ୍ଠ ଯନ୍ତ୍ରୀ ମୃଦୁ କୁମାରୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଦୁଇ ଫଳକକୁ କାର୍ଯ୍ୟସ୍ଥଳୀ ନିକଟରେ ସ୍ଥାପନ କରାଯିବ, ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତିିର ବହୁ ମହିଳା ଓ ଏନ୍‌ଏସିର କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri