ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର,୯।୨(ଡି.ଏନ.ଏ.): ସ୍ବର୍ଗତ ନବ ଦାସଙ୍କୁ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ସରବାହାଲ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବ ଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାସହ ସେଠାରେ ଉପସ୍ଥିତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ। ନବଦାସଙ୍କ ସ୍ମୃତି ସଭାରେ ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ନବ ଦାସଙ୍କ ସମର୍ଥକ ଯୋଗ ଦେଇଥିଲେ।
ସ୍ବର୍ଗତ ନବ ଦାସଙ୍କ ସ୍ମୃତି ସଭାରେ ସ୍ତ୍ରୀ, ଝିଅ ଏବଂ ପୁଅ ଭାବବିହ୍ବଳ ହୋଇପଡିଥିଲେ। ଝିଅ ଦିପାଳୀ ବାପାଙ୍କୁ ମନେ ପକାଇ କହିଥିଲେ, ମୋ ବାପାଙ୍କ ନାଁ ପୂର୍ବରୁ ସ୍ବର୍ଗତ ଲଗାଇବାକୁ ପଡିବ ମୁଁ କେବେ ଭାବି ନ ଥିଲି। କିନ୍ତୁ ଆଜି ଲଗାଇବାକୁ ପଡୁଛି। ସବୁବେଳେ ସେ ମୋତେ ଉତ୍ସାହିତ କରୁଥିଲେ। ଯଦିଓ ଆଜି ସେ ମୋ ସହ ନାହାନ୍ତି, କିନ୍ତୁ ସେ ଉପରେ ଥାଇ ବି ମୋ କଥା ଶୁଣୁଛନ୍ତି। ସେ ସର୍ବଦା ଝାରସୁଗୁଡାର ବିକାଶ ଚାହୁଁଥିଲେ। ଏପରିକି ଝାରସୁଗୁଡା ପାଇଁ ସେ ନିଜ ଜୀବନ ମଧ୍ୟ ଦେବାକୁ ପ୍ରସ୍ତୁତ ଥିଲେ। ତାଙ୍କୁ ଲୋକ କେତେ ଭଲ ପାଉଥିଲେ ତାହା ଏହି ଭିଡରୁ ଜଣାପଡେ।
ସୂଚନାଯୋଗ୍ୟ, ନବ ଦାସଙ୍କ ଏହି ଶ୍ରଦ୍ଧାଞ୍ଜଳି ସଭାରେ ୫୦ ହଜାରରୁ ଅଧିକ ଲୋକଙ୍କ ଖାଦ୍ୟର ବ୍ୟବସ୍ଥା କରାଯାଇଛି। ସେଥିପାଇଁ ୪୦ରୁ ଅଧିକ କାଉଣ୍ଟର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri