ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର,୯।୨(ଡି.ଏନ.ଏ.): ସ୍ବର୍ଗତ ନବ ଦାସଙ୍କୁ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ସରବାହାଲ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବ ଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାସହ ସେଠାରେ ଉପସ୍ଥିତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ। ନବଦାସଙ୍କ ସ୍ମୃତି ସଭାରେ ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ନବ ଦାସଙ୍କ ସମର୍ଥକ ଯୋଗ ଦେଇଥିଲେ।
ସ୍ବର୍ଗତ ନବ ଦାସଙ୍କ ସ୍ମୃତି ସଭାରେ ସ୍ତ୍ରୀ, ଝିଅ ଏବଂ ପୁଅ ଭାବବିହ୍ବଳ ହୋଇପଡିଥିଲେ। ଝିଅ ଦିପାଳୀ ବାପାଙ୍କୁ ମନେ ପକାଇ କହିଥିଲେ, ମୋ ବାପାଙ୍କ ନାଁ ପୂର୍ବରୁ ସ୍ବର୍ଗତ ଲଗାଇବାକୁ ପଡିବ ମୁଁ କେବେ ଭାବି ନ ଥିଲି। କିନ୍ତୁ ଆଜି ଲଗାଇବାକୁ ପଡୁଛି। ସବୁବେଳେ ସେ ମୋତେ ଉତ୍ସାହିତ କରୁଥିଲେ। ଯଦିଓ ଆଜି ସେ ମୋ ସହ ନାହାନ୍ତି, କିନ୍ତୁ ସେ ଉପରେ ଥାଇ ବି ମୋ କଥା ଶୁଣୁଛନ୍ତି। ସେ ସର୍ବଦା ଝାରସୁଗୁଡାର ବିକାଶ ଚାହୁଁଥିଲେ। ଏପରିକି ଝାରସୁଗୁଡା ପାଇଁ ସେ ନିଜ ଜୀବନ ମଧ୍ୟ ଦେବାକୁ ପ୍ରସ୍ତୁତ ଥିଲେ। ତାଙ୍କୁ ଲୋକ କେତେ ଭଲ ପାଉଥିଲେ ତାହା ଏହି ଭିଡରୁ ଜଣାପଡେ।
ସୂଚନାଯୋଗ୍ୟ, ନବ ଦାସଙ୍କ ଏହି ଶ୍ରଦ୍ଧାଞ୍ଜଳି ସଭାରେ ୫୦ ହଜାରରୁ ଅଧିକ ଲୋକଙ୍କ ଖାଦ୍ୟର ବ୍ୟବସ୍ଥା କରାଯାଇଛି। ସେଥିପାଇଁ ୪୦ରୁ ଅଧିକ କାଉଣ୍ଟର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri