ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ନବୀନ ଟୁଇଟ୍‌ କରି କହିଛନ୍ତି, ଓଡ଼ିଆ ସାହିତ୍ୟ ଜଗତରେ ନିଜ ସୃଜନସୃଷ୍ଟି ସହ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ପ୍ରଗତି ତଥା ଜନ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ।