ଗର୍ଭବତୀଙ୍କ ଜୀବନ ବଞ୍ଚାଇଥିବା ଆଶାକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ମୋରଡ଼ା,୨୮।୬ (ଡି.ଏନ.ଏ.):ରକ୍ତଦାନ କରି ଜଣେ ଗର୍ଭବତୀଙ୍କ ଜୀବନ ବଞ୍ଚାଇଛନ୍ତି ଆଶାକର୍ମୀ। ଏଭଳି ମାନବିକତାର ପରିଚୟ ଦେଇଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତ ମୋହନପୁର ଗ୍ରାମର ଆଶାକର୍ମୀ ଧାନୀ ମୁର୍ମୁ। ତାଙ୍କର ଏପରି ମହାନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଟୁଇଟ୍‌ ମାଧ୍ୟମରେ ପ୍ରଶଂସା କରିଛନ୍ତି। ଜଣେ ଗର୍ଭବତୀଙ୍କ ଜୀବନ ରକ୍ଷା ଲାଗି ସ୍ବେଚ୍ଛାକୃତ ଭାବେ ରକ୍ତଦାନ ସହ ଡାକ୍ତରଖାନାରେ ଉତ୍ତମ ବନ୍ଦୋବସ୍ତ କରିବା ଏବଂ ନିଃସ୍ବାର୍ଥପର ସେବା ଯୋଗାଇବା ମାନବିକତାର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି। ରବିବାର ଉକ୍ତ ଗ୍ରାମର ଗର୍ଭବତୀ ମହିଳା ସୋନାଲି ଟୁଡୁଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଧାନୀଙ୍କୁ ଖବର ଦେଇଥିଲେ। ଡାକ୍ତରଙ୍କୁ ପରାମର୍ଶ କରି ଧାନୀ ସଙ୍ଗେ ସଙ୍ଗେ ସୋନାଲିଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ନେଇଯାଇଥିଲେ। ସୋନାଲିଙ୍କର ରକ୍ତ ଅଭାବ ଥିବାରୁ ତାଙ୍କୁ ତୁରନ୍ତ ରକ୍ତ ଦରକାର ବୋଲି ଡାକ୍ତର କହିଥିଲେ। ଧାନୀ ନିଜେ ରକ୍ତଦାନ କରି ସୋନାଲିଙ୍କ ଜୀବନ ବଞ୍ଚାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri