ବ୍ୟାଙ୍କ୍‌ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାକ୍ତର ଏବଂ କୋଭିଡ୍‌ ଯୋଦ୍ଧାମାନେ ଜନସାଧାରଣଙ୍କ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଥିବାବେଳେ ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଜନସାଧାରଣଙ୍କ ଜୀବିକା ବଞ୍ଚାଇବା କ୍ଷେତ୍ରରେ ମୁଖ୍ୟ ଭୂମିକା ନିର୍ବାହ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିର ୧୬୦ତମ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କୋଭିଡ୍‌ରେ ପ୍ରାଣ ହରାଇଥିବା ବ୍ୟାଙ୍କ କର୍ମଚାରୀମାନଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଥିଲେ। କୋଭିଡ୍‌ ସମୟରେ ଜନସାଧାରଣଙ୍କୁ ନଗଦ ଅର୍ଥ ଯୋଗାଣରେ ବ୍ୟାଙ୍କଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ। ଅପହଞ୍ଚ ସ୍ଥାନଗୁଡ଼ିକରେ ସ୍ଥାୟୀ ବ୍ୟାଙ୍କ ଖୋଲିବା ଏବଂ ଆସନ୍ତା ଡିସେମ୍ବର ସୁଦ୍ଧା ୬୫ଟି ସ୍ଥାୟୀ ବ୍ୟାଙ୍କ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ ମହାପାତ୍ର ସୂଚନା ଦେଇଥିଲେ।
କୋଭିଡ୍‌-୧୯ ମହାମାରୀ ସମୟରେ ରିଜର୍ଭ ବ୍ୟାଙ୍କ, ନାବାର୍ଡ ଏବଂ ଅନ୍ୟାନ୍ୟ ବ୍ୟାଙ୍କଗୁଡ଼ିକ ସାଧାରଣ ଜନତାଙ୍କୁ ଜାରି ରଖିଥିବା ସହଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଥିଲା। କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା କିଷାନ କ୍ରେଡିଟ୍‌ କାର୍ଡ ଯୋଗାଣ, ହିତାଧିକାରୀଙ୍କୁ ଚିହ୍ନଟ ଏବଂ ଭାଗଚାଷୀଙ୍କୁ ଋଣ ଯୋଗାଣ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ଅଗ୍ରାଧିକାର ଦେବା ପାଇଁ କହିଥିଲେ। କୃଷି ଏବଂ କୃଷକ ସଶକ୍ତୀକରଣ ପ୍ରମୁଖ ସଚିବ ସୌରଭ ଗର୍ଗ ଶସ୍ୟଋଣ ପ୍ରଦାନ କ୍ଷେତ୍ରରେ ବ୍ୟବସାୟିକ ବ୍ୟାଙ୍କମାନେ ସକ୍ରିୟ ସହଯୋଗ ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ଯୋଗଦେଇ ଅର୍ଥ ବିଭାଗ ପ୍ରମୁଖ ସଚିବ ଏ.କେ. ମୀନା କହିଥିଲେ, ୨୦୨୦ରୁ ୨୦୨୧ ପାଇଁ ୯୦,୩୯୫.୬୯ କୋଟି ଟଙ୍କାର ବାର୍ଷିକ ଋଣ ଯୋଜନା ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତେବେ ଜୁନ୍‌ ୩୦ ମଧ୍ୟରେ ୧୮,୨୨୪.୪୯ କୋଟି ଟଙ୍କା ଅର୍ଥାତ୍‌ ୨୦.୧୬% ଲକ୍ଷ୍ୟ ହାସଲ ହୋଇଛି। କୃଷି କ୍ଷେତ୍ରରେ ବାର୍ଷିକ ଲକ୍ଷ୍ୟ ହାସଲ କିଛି ମାତ୍ରାରେ ହୋଇଛି। ମାତ୍ର ମତ୍ସ୍ୟଚାଷ, କୃଷି ଭିତ୍ତିଭୂମି, ଶିକ୍ଷା ଭଳି କ୍ଷେତ୍ରରେ ରାଜ୍ୟରେ ବହୁ ସମ୍ଭାବନା ରହିଥିଲେ ମଧ୍ୟ ଏସବୁ କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ନେଇନାହାନ୍ତି। ନଗଦ ଜମା ଅନୁପାତ(ଏସ୍‌ଡି ରେସିଓ) କ୍ଷେତ୍ରରେ ବୌଦ୍ଧ, ଯାଜପୁର ଏବଂ ଝାରସୁଗୁଡ଼ା ୬୦% ଲକ୍ଷ୍ୟ ହାସଲ କରିଥିବାବେଳେ ଅନ୍ୟ ୧୨ଟି ଜିଲାରେ ୪୦%ରୁ କମ୍‌ ନଗଦ ଜମା ଅନୁପାତ ରହିଛି। ଏ ବାବଦରେ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ଏଲ୍‌ଡିଏମ୍‌ ଏବଂ ସମସ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ମୀନା ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ମୁଖ୍ୟ ବ୍ୟାଙ୍କ ପକ୍ଷରୁ ଅତିକମ୍‌ରେ ୩ଟି ଭ୍ରାମ୍ୟମାଣ ଏଟିଏମ୍‌ ଭ୍ୟାନ ରାଜ୍ୟର ସମସ୍ତ ଅଞ୍ଚଳକୁ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇବା ପାଇଁ ପଠାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ, ଡିଏଫ୍‌ଏସ୍‌ ସଚିବ ଦେବାଶିଷ ପଣ୍ଡା, ମିଶନ ଶକ୍ତି ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନଙ୍କ ସହ ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଆଞ୍ଚଳିକ ନିର୍ଦ୍ଦେଶକ, ନାବାର୍ଡ ମୁଖ୍ୟ ସାଧାରଣ ପରିଚାଳକ, ଏସ୍‌ବିଆଇ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକଙ୍କ ସମେତ ବିଭିନ୍ନ ବ୍ୟାଙ୍କର ମୁଖ୍ୟ ଏବଂ ଏଲ୍‌ଡିଏମ୍‌ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri