ଏସ୍‌ଏଚ୍‌ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି ନିଜ ଘର ଆଗରେ ଜାତୀୟ ପତାକା ଉଡାଇବାକୁ କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ ଜାତୀୟ ପତାକା ଆବଶ୍ୟକ ପଡିଥିଲା। ଗଞ୍ଜାମ ଜିଲାରେ ବିଭିନ୍ନ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରଡ୍ୟୁସର ଗ୍ରୁପ (ପିଜି)କୁ ୨ ଲକ୍ଷ ୫୦ ହଜାର ଜାତୀୟ ପତାକା ତିଆରି କରିବା ପାଇଁ ଓଡିଶା ସରକାର ଦାୟିତ୍ୱ ଦେଇଥିଲେ। ଗୋଷ୍ଠୀ ସଭ୍ୟାମାନେ ଉକ୍ତ ଲକ୍ଷ୍ୟ ଲକ୍ଷ୍ୟ ପୂରଣ କରିଛନ୍ତି। ଷ୍ଟିଚଂ ସହ ଏହା ଏମାନେ ବିଭିନ୍ନ ଅଞ୍ଚଳକୁ ପଠାଇଥିଲେ। ଭୁବନେଶ୍ୱରରୁ ଡାକରା ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ଗ୍ରୁପର ମୁଖ୍ୟମାନେ ଭେଟିଥିଲେ। ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଛନ୍ତି । ସୂଚନାଯୋଗ୍ୟ, ମିଶନ ଶକ୍ତି ଅଧୀନ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀର ସଦସ୍ୟା ତଥା ପିଜି ଗ୍ରୁପର ୬୦ଟି ଟେଲରିଂ ୟୁନିଟ୍‌ ତ୍ରିରଙ୍ଗା ପ୍ରସ୍ତୁତିରେ ସାମିଲ ହୋଇଥିଲେ। ସେଥିମଧ୍ୟରେ ଆସିକା, ବେଗୁନିଆପଡା, ବେଲଗୁଣ୍ଠା, ବୁଗୁଡା, ଜଗନ୍ନାଥପ୍ରସାଦ, ଖଲ୍ଲିକୋଟ, ପୁୁରୁଷୋତ୍ତମପୁର, ସାନଖେମୁଣ୍ଡି, ଶେରଗଡ ଓ ସୋରଡା ବ୍ଲକର ୨ଟି ଲେଖାଏ, ବ୍ରହ୍ମପୁରର ୩, ଭଞ୍ଜନଗର, ଧରାକୋଟ, କବିସୂର୍ଯ୍ୟନଗର, କୁକୁଡାଖଣ୍ଡି, ପାତ୍ରପୁର, ପୋଲସରା ବ୍ଲକର ୩ଟି ଲେଖାଏ, ଛତ୍ରପୁର ବ୍ଲକର ୪ଟି ଏବଂ ଗଂଜାମ ବ୍ଲକର ୫ଟି ପିଜି ଟେଲରିଂ ୟୁନିଟ୍‌ ତ୍ରିରଙ୍ଗା ପ୍ରସ୍ତୁତି ଲକ୍ଷ୍ୟ ପୂରଣ କରିଥିଲେ। ପ୍ରତ୍ୟେକ ୟୁନିଟ୍‌କୁ ୪୧୬୭ ଲେଖାଏ ତ୍ରିରଙ୍ଗା ପ୍ରସ୍ତୁତ କରିବାକୁ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri