ଏସ୍‌ଏଚ୍‌ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି ନିଜ ଘର ଆଗରେ ଜାତୀୟ ପତାକା ଉଡାଇବାକୁ କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ ଜାତୀୟ ପତାକା ଆବଶ୍ୟକ ପଡିଥିଲା। ଗଞ୍ଜାମ ଜିଲାରେ ବିଭିନ୍ନ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରଡ୍ୟୁସର ଗ୍ରୁପ (ପିଜି)କୁ ୨ ଲକ୍ଷ ୫୦ ହଜାର ଜାତୀୟ ପତାକା ତିଆରି କରିବା ପାଇଁ ଓଡିଶା ସରକାର ଦାୟିତ୍ୱ ଦେଇଥିଲେ। ଗୋଷ୍ଠୀ ସଭ୍ୟାମାନେ ଉକ୍ତ ଲକ୍ଷ୍ୟ ଲକ୍ଷ୍ୟ ପୂରଣ କରିଛନ୍ତି। ଷ୍ଟିଚଂ ସହ ଏହା ଏମାନେ ବିଭିନ୍ନ ଅଞ୍ଚଳକୁ ପଠାଇଥିଲେ। ଭୁବନେଶ୍ୱରରୁ ଡାକରା ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ଗ୍ରୁପର ମୁଖ୍ୟମାନେ ଭେଟିଥିଲେ। ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଛନ୍ତି । ସୂଚନାଯୋଗ୍ୟ, ମିଶନ ଶକ୍ତି ଅଧୀନ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀର ସଦସ୍ୟା ତଥା ପିଜି ଗ୍ରୁପର ୬୦ଟି ଟେଲରିଂ ୟୁନିଟ୍‌ ତ୍ରିରଙ୍ଗା ପ୍ରସ୍ତୁତିରେ ସାମିଲ ହୋଇଥିଲେ। ସେଥିମଧ୍ୟରେ ଆସିକା, ବେଗୁନିଆପଡା, ବେଲଗୁଣ୍ଠା, ବୁଗୁଡା, ଜଗନ୍ନାଥପ୍ରସାଦ, ଖଲ୍ଲିକୋଟ, ପୁୁରୁଷୋତ୍ତମପୁର, ସାନଖେମୁଣ୍ଡି, ଶେରଗଡ ଓ ସୋରଡା ବ୍ଲକର ୨ଟି ଲେଖାଏ, ବ୍ରହ୍ମପୁରର ୩, ଭଞ୍ଜନଗର, ଧରାକୋଟ, କବିସୂର୍ଯ୍ୟନଗର, କୁକୁଡାଖଣ୍ଡି, ପାତ୍ରପୁର, ପୋଲସରା ବ୍ଲକର ୩ଟି ଲେଖାଏ, ଛତ୍ରପୁର ବ୍ଲକର ୪ଟି ଏବଂ ଗଂଜାମ ବ୍ଲକର ୫ଟି ପିଜି ଟେଲରିଂ ୟୁନିଟ୍‌ ତ୍ରିରଙ୍ଗା ପ୍ରସ୍ତୁତି ଲକ୍ଷ୍ୟ ପୂରଣ କରିଥିଲେ। ପ୍ରତ୍ୟେକ ୟୁନିଟ୍‌କୁ ୪୧୬୭ ଲେଖାଏ ତ୍ରିରଙ୍ଗା ପ୍ରସ୍ତୁତ କରିବାକୁ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?