କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ସୋମବାର କେନ୍ଦୁଝର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାବାସୀଙ୍କୁ ୪ ହଜାର ୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଧରଣୀଧର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ସଭାସ୍ଥଳକୁ ଯାଇଥିଲେ। ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ମେଡିକାଲ କଲେଜର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଥମ ବର୍ଷରେ ୧୦୦ଟି ଏମ୍‌ବିବିଏସ୍‌ ସିଟ୍‌ରେ ନାମଲେଖା ହୋଇଛି।

ମେଡିକାଲ କଲେଜ ଉଦ୍‌ଘାଟନ ପରେ ୪ ହଜାର ୭୦୩ କୋଟି ୨୪ଲକ୍ଷ ଟଙ୍କାର ୨୫୯ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୪ହଜାର ୩୭୨ଟି ଏସ୍‌ଏଚ୍‌ଜିକୁ ବିନା ସୁଧରେ ୩୭୮କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ରବିବାର କେନ୍ଦୁଝରସ୍ଥିତ ଧରଣୀଧର ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଡିଡି କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ପରେ ଜିଲାର ହଜାର ହଜାର ଛାତ୍ରୀଛାତ୍ର ଉପକୃତ ହେବା ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଜିଲାବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri