ନୂଆଦିଲ୍ଲୀରେ ମହିଳା ହକି ଦଳକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସନ୍ଧ୍ୟାରେ ଦିଲ୍ଲୀରେ ଆୟୋଜିତ ବିବିସି ଇଣ୍ଡିଆନ୍‌ ସ୍ପୋର୍ଟସ ୱିମେନ୍‌ ଅଫ୍‌ ଦି ଇଅର ଆୱାର୍ଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଦେଶର କୃତୀ ମହିଳା କ୍ରୀଡ଼ାବିତ୍‌ଙ୍କୁ ସମ୍ମାନିତ କରିଛନ୍ତି। ମହିଳା ହକି ଟିମ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ଓଡ଼ିଶା ସହ ହକିର ସ୍ବତନ୍ତ୍ର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି। ଭାରତୀୟ ମହିଳା ହକି ଦଳ ପକ୍ଷରୁ ଅଧିନାୟିକା ସବିତା ଓ ଉପ ଅଧିନାୟିକା ଦୀପ୍‌ ଗ୍ରେସ୍‌ ଏକ୍କା ବିବିସି ସ୍ବତନ୍ତ୍ର ସ୍ବିକୃତି ପୁରସ୍କାର ଗ୍ରହଣ କରିଥିଲେ। ମହିଳା ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ବିବିସି ପକ୍ଷରୁ ଭାରତୀୟ ପୁରୁଷ ହକି ଦଳକୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଦୀର୍ଘ ୪୧ ବର୍ଷ ବ୍ୟବଧାନରେ ଭାରତୀୟ ଦଳ ଟୋକିଓରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଦଳ ପକ୍ଷରୁ ହରମନପ୍ରୀତ ସିଂ ଓ ଅମିତ ରୋହିଦାସ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ସଭାପତି ନରିନ୍ଦର ଧ୍ରୁବ ବାତ୍ରା ଉପସ୍ଥିତ ଥିଲେ।
ସୂଚନାନୁସାରେ, ଅପରାହ୍ନ ୧ଟା ୨୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରୁ ଯାଇ ଦିଲ୍ଲୀ ଯାତ୍ରା କରିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ତାଙ୍କର ଗସ୍ତ ସଂକ୍ରାନ୍ତରେ ସୂଚନା ସେ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ସଂସଦର ସେଣ୍ଟ୍ର୍ରାଲ୍‌ ହଲ୍‌ରେ ମୁଖ୍ୟମନ୍ତ୍ରୀ କିଛି ନେତାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଉଷୁନା ଚାଉଳ ଉଠାଣ, କୋଇଲା ରୟାଲଟି ବୃଦ୍ଧି ଓ କେନ୍ଦ୍ରୀୟ ଅନୁଦାନ ଭଳି ପ୍ରସଙ୍ଗକୁ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ୍‌ କରିପାରନ୍ତି ବୋଲି କୁହାଯାଉଛି। ପଞ୍ଚାୟତ ଓ ପୌର ନିର୍ବାଚନରେ ବିପୁଳ ସଫଳତା ପରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ବେଶ୍‌ ଗୁରୁତ୍ୱ ବହନ କରୁଛି। ଶେଷଥର ଗତବର୍ଷ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?