ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ ସେଚନ ଅଧିକାରୀ ଭାବେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପଢୌକନ ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି।

ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ଜଳ ସେଚନ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ ଚନ୍ଦ୍ର ଶେଖର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଧିରେନ୍ଦ୍ରଙ୍କ ଘର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ହୋଇଥିବା ବେଳେ ଏହି ପୁରସ୍କାର ପରେ ନିଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଅନେକ ବ୍ୟକ୍ତି ବିଶେଷ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri