କିଶୋରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ନିକଟରେ ଚାଇନାର ହାଙ୍ଗଝୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା-୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍‌ ଅଲିମ୍ପିକ୍ସ-୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍‌ ତାରକା କିଶୋର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ଜାଭେଲିନ୍‌ ଥ୍ରୋ କରି ରୌପ୍ୟ ପଦକ ପାଇଥିଲେ।
କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇଛନ୍ତି ଏବଂ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ ସେ ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିବା ସହ ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ବୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି I ଏଥିସହ କ୍ରୀଡ଼ାବିତ୍‌ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରିତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।
ବିଶ୍ୱ ଆଥ୍‌ଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍‌ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି I ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟିଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ବୀକୃତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ I କିଶୋର କ୍ରମାଗତ ଭାବରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri