ସୁବାସଙ୍କ ଉପରେ ପୁଣି ଭରସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୭ା୩(ଦିଲ୍ଲୀପ ସାମଲ): ରାଜ୍ୟର ବିଭିନ୍ନ ବିଧାନସଭା ମଣ୍ଡଳୀର ଆସନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଭିନ୍ନ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ବିଧାନସଭା ମଣ୍ଡଳୀର ଆସନ ପାଇଁ ପୁଣି ଥରେ ସୁବାସ ଚନ୍ଦ୍ର ବେହେରାଙ୍କୁ ଦଳୀୟ ଟିକେଟ୍‌ ଘୋଷଣା ପରେ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଖୁସିର ଲହରି ଖେଳିଯାଇଛି। ଛତ୍ରପୁରସ୍ଥିତ ଲୋୟର ବସ୍‌ଷ୍ଟାଣ୍ଡସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ବାଣ ଫୁଟାଇ ମିଠା ବାଣ୍ଟି ଦଳୀୟ ନେତା ଓ କର୍ମୀମାନେ ଖୁସି ମନାଇଛନ୍ତି।

ସୂଚନାଥାଉ କି, ଗତ ବିଧାନସଭା ନିର୍ବାଚନରେ ବିଜୁ ଜନତା ଦଳ ପକ୍ଷରୁ ଛତ୍ରପୁର ବିଧାୟକ ଭାବେ ସୁବାସ ଚନ୍ଦ୍ର ବେହେରା ନିର୍ବାଚିତ ହେବା ପରେ ଲୋକଙ୍କ ସୁଖ ଦୁଃଖରେ ଲୋକଙ୍କ ପାଖରେ ରହି ଆସିଛନ୍ତି। ଏଣୁ ତାଙ୍କ ଉପରେ ପୁଣି ଥରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଟିକେଟ୍‌ ପ୍ରଦାନ କରିଛନ୍ତି ବୋଲି ଦଳୀୟ ନେତା ଓ କର୍ମୀମାନେ କହିଛନ୍ତି। ଅନ୍ୟପଟେ ଚଳିତ ସାଧାରଣ ନିର୍ବାଚନରେ ପୁଣି ଥରେ ବିଜୁ ଜନତା ଦଳକୁ ଭୋଟ୍‌ ଦେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତ ମୁଠାକୁ ଟାଣ କରିବା ସହିତ ଛତ୍ରପୁର ବିଧାନସଭାର ସ୍ବାର୍ଥକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ବିଧାୟକ ସୁବାସ ଚନ୍ଦ୍ର ବେହେରା ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସେହିପରି ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣି ଥରେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ଏମ୍‌ପି ମାନସ ମଙ୍ଗରାଜ, ଗଞ୍ଜାମ ଜିଲା ବିଜେଡି ସଭାପତି ଡଃ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ସମେତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣଙ୍କୁ ବିଧାୟକ ସୁବାସ ଚନ୍ଦ୍ର ବେହେରା ଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ସୁବାସଙ୍କ ସହ ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷ ଜି.ପାପା ରାଓ, ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକ ଛତ୍ରପୁର ନଗର ବିଜେଡି ସଭାପତି ବି.ରାଜୁବାବୁ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀ ସଭାପତି ସନମୁଖ ପଟ୍ଟନାୟକ, ଯୁବନେତା ସୁଧୀର କୁମାର ପାଢ଼ୀ, ଏସ୍‌.ଚକ୍ରପାଣି ରେଡ୍ଡୀ, କାଉନସିଲର ଦେବାଶିଷ ମିଶ୍ର, କାଳିଆ ନାହାକଙ୍କ ସମେତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri