Posted inଜାତୀୟ

ସୁନା ମୁଦି ଉପହାର ଦେଇଥିବା ମହିଳାଙ୍କ ଘରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୋପାଳ,୨୮।୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିଜ ବିଧାନସଭା ନିର୍ବାଚନମଣ୍ଡଳୀ ବୁଦ୍ଧନୀ ଗସ୍ତରେ ଯାଇଛନ୍ତି। ନିର୍ବାଚନ ପରେ ପ୍ରଥମଥର ପାଇଁ ଶିବରାଜ ବୁଦ୍ଧନୀ ପରିଦର୍ଶନ କରିଛନ୍ତି। ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କ ଅନନ୍ୟ ଶୈଳୀ ଦେଖିବାକୁ ମିଳିଥିଲା। ସେ ହଠାତ୍‌ ସଲକାନପୁର ମନ୍ଦିରରେ ଫୁଲ ବିକ୍ରି କରୁଥିବା ପ୍ରେମ ବାଇଙ୍କ ଘରେ ପହଞ୍ଚିଥିଲେ। ଏହି ସମୟରେ ଶିବରାଜଙ୍କ ସ୍ତ୍ରୀ ସାଧନା ସିଂ ମଧ୍ୟ ଉପସ୍ଥିତ ଥିଲେ। ସେ ପ୍ରେମ ବାଇଙ୍କ ଘରେ ପହଞ୍ଚି ତାଙ୍କ ପରିବାରର ଅବସ୍ଥା ବିଷୟରେ ପଚାରିଥିଲେ ଏବଂ ତାଙ୍କ ପରିବାରକୁ ଉପହାର ମଧ୍ୟ ଦେଇଥିଲେ। ଏହା ସହିତ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସ୍ତ୍ରୀ ମଧ୍ୟ ପ୍ରେମ ବାଇଙ୍କ ଘରେ ଚା’ ପିଇଥିଲେ।
ପ୍ରେମ ବାଇ ସାଲକାନପୁର ମନ୍ଦିରରେ ଫୁଲମାଳ ବିକ୍ରି କରନ୍ତି। ନିର୍ବାଚନ ପୂର୍ବରୁ ପ୍ରେମ ବାଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଏକ ସୁନା ମୁଦି ଉପହାର ଦେଇଥିଲେ। ସେହୋର ଜିଲାର ରେହଟିରେ ନିର୍ବାଚନ ରୋଡ ଶୋ’ ସମୟରେ ପ୍ରେମ ବାଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କୁ ଏକ ସୁନା ମୁଦି ଦେଇଥିଲେ। ସେତେବେଳେ ଶିବରାଜ ମୁଦି ନେବାକୁ ମନା କରିଦେଇଥିଲେ, କିନ୍ତୁ ମହିଳାଙ୍କ ବହୁ ଜିଦ ପରେ ସେ ତାହା ଗ୍ରହଣ କରିଥିଲେ। ଏହା ପରେ ସେ ସାଧାରଣ ସଭାରେ ଲୋକମାନଙ୍କୁ ଏହି କାହାଣୀ ବର୍ଣ୍ଣନା କରିଥିଲେ ଏବଂ ମୁଦି ଦେଇଥିବା ପ୍ରେମ ବାଇଙ୍କୁ ମଞ୍ଚକୁ ଡାକିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri