ମୁଖ୍ୟମନ୍ତ୍ରୀ କହିଲେ ଭଲକଥା, ସେମାନେ ବି ବ୍ୟବହାର କରନ୍ତୁ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ବିଭିନ୍ନ ସମୟରେ ଭାଜପା ପ୍ରଶ୍ନ ଉଠାଉଛି। ଭିଡିଓରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରାଯାଉଥିବା ଭାଜପା ନେତାମାନେ କିଛିଦିନ ହେବ ଅଭିଯୋଗ ମଧ୍ୟ କରୁଛନ୍ତି। ଭାଜପାର ଏଭଳି ଅଭିଯୋଗକୁ ନବୀନ ଏକ ଭିଡିଓରେ ହସ ମାଧ୍ୟମରେ ଉଡ଼ାଇ ଦେଇଛନ୍ତି। ଏହାସହ ଭାଜପା ଉଠାଉଥିବା ବୁଦ୍ଧିମତ୍ତାକୁ ସେ ତାଚ୍ଛଲ୍ୟ ମଧ୍ୟ କରିଛନ୍ତି। ନବୀନଙ୍କ ଏହି ଭିଡିଓଙ୍କୁ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିଜ ସାମାଜିକ ଗଣମାଧ୍ୟମରେ ବୁଧବାର ଅପ୍‌ଲୋଡ୍‌ କରିଛନ୍ତି। ଉକ୍ତ ଭିଡିଓ ଜରିଆରେ ପାଣ୍ଡିଆନ୍‌ ନବୀନଙ୍କୁ ପଚାରୁଛନ୍ତି, ଭାଜପା ନେତାମାନେ ଅଭିଯୋଗ କରୁଛନ୍ତି ଆପଣଙ୍କ ଯେଉଁ ଭିଡିଓ କରାଯାଉଛି ସେଥିରେ ଏଆଇର ବ୍ୟବହାର କରାଯାଉଛି। ଉତ୍ତରରେ ନବୀନ କହିଛନ୍ତି, ଭଲକଥା, ସେମାନେ ମଧ୍ୟ ନିଜ ବୁଦ୍ଧିମତ୍ତାର ବ୍ୟବହାର କରନ୍ତୁ। ନବୀନଙ୍କ କେଇ ସେକେଣ୍ଡର ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ଅପ୍‌ଲୋଡ୍‌ ହେବାପରେ ତାହା ବ୍ୟାପକ ମାତ୍ରାରେ ପ୍ରଚାର ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri