୩ଟି ଜିଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର,୧୭।୧୦(ଅସମାପିକା ସାହୁ):  ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି ।   ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ମୟୂରଭଞ୍ଜ ଜିଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା  ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଞ୍ଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା  ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍କୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ ସଂଯୋଗ ମିଳିବ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର, ଓ୍ବାର୍କସ ହବ୍‌, ବ୍ୟାଙ୍କିଙ୍ଗ ହେବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଇମେରୀ ସ୍କୁଲଗୁଡିକ ମଧ୍ୟ ସାମିଲ ହେବ।
ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ର୍ନିବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
 ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାଣ୍ଡି, ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ,   ବିଧାୟକ ଶ୍ରୀ ରାଜକିଶୋର ଦାସ, ବିଧାୟକ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ,   ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ବିଧାୟକ ଶ୍ରୀମତୀ ବର୍ଷା ସିଂ ବରିହା,  ଜିଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri