ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ଼ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି। ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୂରଭଞ୍ଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ। ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭଉଣୀଭାଇଙ୍କ ସହ ଆଲୋଚନା ବେଳେ ୫-ଟି ସଚିବ ପ୍ରତିଶ୍ରୁତି ଦେଇଥିଲେ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି। ତଦନୁଯାୟୀ ଦାଣ୍ଡବୋସ-କାପିବୁରୁଠାରେ ପଣ୍ଡିତ ମୁର୍ମୁଙ୍କର ସମାଧିପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରି ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବା ବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେଠାରୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି। ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସମ୍ପାଦନ କରାଯିବ। ଖୁବ୍‌ଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri