ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ଼ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି। ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୂରଭଞ୍ଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ। ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭଉଣୀଭାଇଙ୍କ ସହ ଆଲୋଚନା ବେଳେ ୫-ଟି ସଚିବ ପ୍ରତିଶ୍ରୁତି ଦେଇଥିଲେ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି। ତଦନୁଯାୟୀ ଦାଣ୍ଡବୋସ-କାପିବୁରୁଠାରେ ପଣ୍ଡିତ ମୁର୍ମୁଙ୍କର ସମାଧିପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରି ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବା ବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେଠାରୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି। ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସମ୍ପାଦନ କରାଯିବ। ଖୁବ୍‌ଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri