୫୦୭ ଧାର୍ମିକ, ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୨: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପଗୁଡ଼ିକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ।

ସୂଚନାଯୋଗ୍ୟ, ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ପକ୍ଷରୁ ସେମାନଙ୍କର ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ନିବେଦନ ପତ୍ର ଆସିଥିଲା। ବିଏମ୍‌ସିର ଅଧିକାରୀମାନେ ସେସବୁ ସ୍ଥାନକୁ ଯାଇ ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ସ୍ମାର୍ଟ ସିଟି ଭୁବନେଶ୍ୱର ମନ୍ଦିରମାଳିନୀ ନଗରୀ ଭାବରେ ପ୍ରସିଦ୍ଧ। ୭୦୦ରୁ ଊର୍ଦ୍ଧ୍ୱ ମନ୍ଦିର ଏଠାରେ ରହିଛି। ବହୁ ପ୍ରାଚୀନ ଐତିହ୍ୟପୂର୍ଣ୍ଣ ମନ୍ଦିର ମଧ୍ୟ ଏଠାରେ ଅଛି। ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଏସବୁ ସ୍ଥାନକୁ ପରିଦର୍ଶନ ପାଇଁ ଆସିଥାନ୍ତି। ଏହିସବୁ ପ୍ରାଚୀନ କୀର୍ତ୍ତିରାଜି ସହିତ ସମସ୍ତ ଧାର୍ମିକସ୍ଥଳୀର ସୌନ୍ଦର୍ଯ୍ୟକରଣ, ଉନ୍ନତିକରଣ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର ହୋଇଛି। ଏଥି ସହିତ ବିଭିନ୍ନ ଗୋଷ୍ଠୀ ସମ୍ପତ୍ତି, କ୍ଲବ, ମହିଳା ସମିତି ଗୃହ ଓ ପୂଜା ମଣ୍ଡପଗୁଡ଼ିକର ନୂତନ ନିର୍ମାଣ ସହିତ ବିକାଶ କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri