୫୦୭ ଧାର୍ମିକ, ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୨: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପଗୁଡ଼ିକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ।

ସୂଚନାଯୋଗ୍ୟ, ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ପକ୍ଷରୁ ସେମାନଙ୍କର ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ନିବେଦନ ପତ୍ର ଆସିଥିଲା। ବିଏମ୍‌ସିର ଅଧିକାରୀମାନେ ସେସବୁ ସ୍ଥାନକୁ ଯାଇ ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ସ୍ମାର୍ଟ ସିଟି ଭୁବନେଶ୍ୱର ମନ୍ଦିରମାଳିନୀ ନଗରୀ ଭାବରେ ପ୍ରସିଦ୍ଧ। ୭୦୦ରୁ ଊର୍ଦ୍ଧ୍ୱ ମନ୍ଦିର ଏଠାରେ ରହିଛି। ବହୁ ପ୍ରାଚୀନ ଐତିହ୍ୟପୂର୍ଣ୍ଣ ମନ୍ଦିର ମଧ୍ୟ ଏଠାରେ ଅଛି। ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଏସବୁ ସ୍ଥାନକୁ ପରିଦର୍ଶନ ପାଇଁ ଆସିଥାନ୍ତି। ଏହିସବୁ ପ୍ରାଚୀନ କୀର୍ତ୍ତିରାଜି ସହିତ ସମସ୍ତ ଧାର୍ମିକସ୍ଥଳୀର ସୌନ୍ଦର୍ଯ୍ୟକରଣ, ଉନ୍ନତିକରଣ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର ହୋଇଛି। ଏଥି ସହିତ ବିଭିନ୍ନ ଗୋଷ୍ଠୀ ସମ୍ପତ୍ତି, କ୍ଲବ, ମହିଳା ସମିତି ଗୃହ ଓ ପୂଜା ମଣ୍ଡପଗୁଡ଼ିକର ନୂତନ ନିର୍ମାଣ ସହିତ ବିକାଶ କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri