‘ମୁକ୍ତା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୮୩.୮୧ କୋଟି ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୧୮୩.୮୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ‘ମୁକ୍ତା’ ଯୋଜନାରେ ଦକ୍ଷିଣ ଆରଡିସି ଡିଭିଜନର ୧୦ଟି ଜିଲାକୁ ଅନ୍ତର୍ଭୁକ୍ତ କରି ୪୨ ମ୍ୟୁନିସିପାଲିଟି ଏବଂ ଏନ୍‌ଏସି ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଏହି ଅର୍ଥ ମଞ୍ଜୁର କରିଛନ୍ତି। ଉକ୍ତ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ ଏବଂ ବୌଦ୍ଧ ଅନ୍ତର୍ଭୁକ୍ତ।

ଏହି ସମସ୍ତ ୪୨ ୟୁଏଲ୍‌ବି ସ୍ଥାନୀୟ ନାଗରିକ ତଥା ପ୍ରମୁଖ ହିତାଧିକାରୀଙ୍କ ସହ ଜଡ଼ିତ ଏକ ଅଂଶଗ୍ରହଣ ପ୍ରକ୍ରିୟା ମାଧ୍ୟମରେ ‘ମୁକ୍ତା’ ଅଧୀନରେ ଓ୍ବାର୍ଡଓ୍ବାରି ସମ୍ଭାବ୍ୟ ବାର୍ଷିକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିଛି। ଏହି ଆକ୍ସନ ପ୍ଲାନଗୁଡ଼ିକ ଏଚ୍‌ସିଏମ୍‌ ଅନୁମୋଦନ ପୂର୍ବରୁ ଡିପାର୍ଟମେଣ୍ଟ ସ୍ତରରେ ସ୍କ୍ରିନ କରାଯାଇଛି। ‘ମୁକ୍ତା’ ଯୋଜନାରେ ନିଆଯିବାକୁ ଥିବା ଏହି ସମସ୍ତ ଅନୁମୋଦିତ ପ୍ରକଳ୍ପଗୁଡିକ ମିଶନ ଶକ୍ତି ଗୋଷ୍ଠୀ ଦ୍ୱାରା ସିଧାସଳଖ କାର୍ଯ୍ୟକାରୀ ହେବ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଜୁନ୍‌ ୯ରେ ଉପରୋକ୍ତ ୧୦ଟି ଜିଲାର ୪୨ ୟୁଏଲ୍‌ବି ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ମିନି ପାର୍କ, ଓପନ ଏୟାର ଜିମ୍‌, ଚିଲ୍ଡେନ ପାର୍କ, ଖେଳ ପଡିଆ, ଭେଣ୍ଡିଂଜୋନ, ଓ୍ବାଡର ବଡି ଡେଭଲପ୍‌ମେଣ୍ଟ ଆଦି ରହିଛି। କମ୍ୟୁନିଟି ସେଣ୍ଟର୍‌, ଓ୍ବାଲ ପେଣ୍ଟିଂ, ସହର ସୌନ୍ଦର୍ଯ୍ୟକରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ରହିଛି।

ମୁଖ୍ୟମନ୍ତ୍ରୀ ଏହି ଯୋଜନା ୧୮ ଏପ୍ରିଲ ୨୦୨୦ରେ ଲୋକାର୍ପିତ କରିଥିଲେ। ତେବେ ତୃତୀୟ ପର୍ଯ୍ୟାୟରେ ଉତ୍ତର ଆରଡିସି ଡିଭିଜନର ଅବଶିଷ୍ଟ ୧୦ଟି ଜିଲାର ୩୬ ୟୁଏଲ୍‌ବି ଅନ୍ତର୍ଭୁକ୍ତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ଅର୍ଥ ମଞ୍ଜୁର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri