୧୨ ପଞ୍ଚାୟତରେ ୧୧୯ ପ୍ରକଳ୍ପ ପାଇଁ ୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋରୁକୋଣ୍ଡା,୪ା୧୧(ଅବିନାଶ ବେହେରା): ମାଲକାନଗରି ଜିଲା କୋରୁକୋଣ୍ଡା ବ୍ଲକ ସଦର ଖେଳପଡ଼ିଆଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଚିନ୍ତାଧାରାକୁ ନେଇ ଶନିବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ୧୨ଟି ପଞ୍ଚାୟତକୁ ନେଇ ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରୁକୋଣ୍ଡା ବ୍ଲକର ପ୍ରତି ପଞ୍ଚାୟତରେ ଥିବା ପ୍ରତି ଗ୍ରାମରେ ମନ୍ଦିର,ମଣ୍ଡପ, ଗୋଷ୍ଠୀ କେନ୍ଦ୍ର ଭଳି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିର୍ମାଣ ପାଇଁ ପଞ୍ଚାୟତ ପିଛା ୫୦ ଲକ୍ଷ ଟଙ୍କା ହିସାବରେ ୧୨ଟି ପଞ୍ଚାୟତ ପାଇଁ ମୋଟ୍‌ ୬ କୋଟି ଟଙ୍କା ଅର୍ଥ ମଞ୍ଜୁର କରିଛନ୍ତି। ଜିଲାର ମୋଟ୍‌ ୭ଟି ବ୍ଲକ ଅଧୀନରେ ଥିବା ପଞ୍ଚାୟତଗୁଡ଼ିକୁ ୧ହଜାର ୪୩୦ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ମୋଟ୍‌ ୫୫କୋଟି ୫୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସେଥିମଧ୍ୟରୁ କୋରୁକୋଣ୍ଡା ବ୍ଲକ ଅଧୀନରେ ଥିବା ୧୨ଟି ପଞ୍ଚାୟତର ୧୧୯ଟି ପ୍ରକଳ୍ପ ପାଇଁ ମୋଟ୍‌ ୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବ୍ଲକ ଜିଲାପରିଷଦ ଜୋନ୍‌ ୨ ପକ୍ଷରୁ ଚିତାପାରି ୩ ପଞ୍ଚାୟତ ସରପଞ୍ଚ ତୁଳସୀବାଇ ନାଗେଶରୀ ମାଝି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏପରି ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପକୁ ନେଇ କୋରୁକୋଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ଜିତୁ ବୁରୁଡ଼ି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ବ୍ଲକବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଇଛନ୍ତି। ଉକ୍ତ କାର୍ଯ୍ୟକ୍ରମଟି କୋରୁକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବପ୍ରସାଦ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ବେଳେ କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। କୋରୁକୋଣ୍ଡା ଜିଲାପରିଷଦ ଜୋନ୍‌-୧ସଭ୍ୟା ବିଜୟଲକ୍ଷ୍ମୀ ପଡ଼ିଆମୀ, ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରତିନିଧି ସତ୍ୟ ପାଣିଗ୍ରାହୀ, କୋରୁକୋଣ୍ଡା ଥାନାଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡିଙ୍କ ସମେତ ଅଞ୍ଚଳର ବହୁ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri