୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବଲାଙ୍ଗୀର ଜିଲାର ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ଅର୍ଥାଭାବରୁ ତାଙ୍କ ନାମଲେଖା ପ୍ରକ୍ରିୟାରେ ବାଧା ଉପୁଜିଥିଲା। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି। ତାରାଚାନ୍‌ଙ୍କ ଅର୍ଥାଭାବ ଦୂର ହୋଇଥିବାବେଳେ ଓ୍ବାରଙ୍ଗଲ୍‌ସ୍ଥିତ ଏନ୍‌ଆଇଟିରେ ପାଠପଢ଼ିବା ପାଇଁ ରାସ୍ତା ପରିଷ୍କାର ହୋଇଛି।
ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳ ବଡ଼ପଡ଼ା ଗ୍ରାମର ମେଧାବୀ ଛାତ୍ର ହେଉଛନ୍ତି ତାରାଚାନ୍‌। ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା। ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍‌ ଅବିରତ ଉଦ୍ୟମ କରି ଚାଲିଥିଲେ। ଚଳିତବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍‌ରେ ୯୯.୩୫% ନମ୍ବର ରଖି ଏନ୍‌ଆଇଟି ଓ୍ବାରଙ୍ଗଲରେ ପଢ଼ିବା ପାଇଁ ସେ କୃତକାର୍ଯ୍ୟ ହୋଇଛନ୍ତି। ହେଲେ ନାମଲେଖାରେ ଅର୍ଥ ମୁଖ୍ୟ ବାଧକ ସାଜିଥିଲା। ବିଭିନ୍ନ ସୂତ୍ରରୁ ଟଙ୍କା ସଂଗ୍ରହ କରି ସେ ନାମ ଲେଖା ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି। ବାକି ଅର୍ଥ ଲାଗି ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କର ଆଡ୍‌ମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରତିଭାବାନ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରିବା ପଡିଲା ମହଙ୍ଗା, ଶ୍ରେଣୀ ଗୃହ ଭିତରେ ଶିକ୍ଷକଙ୍କୁ ତାଲା ପକାଇଦେଲେ…

ଲୋଇସିଂହା, ୧୪।୭ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ଉଚ୍ଚ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଜଣେ ନବମ…

ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା

ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବର୍ଷାପାଣିରେ ଧୋଇଗଲା ରାସ୍ତା: ଯାତାୟାତରେ ବାଧକ

ନୂଆପଡ଼ା,୧୪ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ହାତୀସରା ଗଁା ଧାମନଡୋଙ୍ଗିଆ ପଡା ରାସ୍ତା ପୋଲ ବର୍ଷାପାଣିରେ ଧୋଇଯାଇ ଯାତାୟାତରେ ବାଧକ ସାଜିଛି। ସୂଚନା…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’…

ହିତାଧିକାରୀଙ୍କୁ ପ୍ରାପ୍ୟ ନ ମିଳିଲେ ଆନ୍ଦୋଳନ: ସାଧୁ ନେପାକଙ୍କ ଧମକ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକରେ ସରକାର ଘୋଷଣା କରିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖକୁ ଠିକ୍‌ ଭାବେ ପହଞ୍ଚିପାରୁନାହିଁ। ଏଭଳି ଅଭିଯୋଗ ନେଇ ସୋମବାର ବରଗଡ଼ର ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri