ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା ପାଇଁ ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୪ଟି ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାର ତଳି ଅଞ୍ଚଳ ଓ ବିପଦ ଆଶଙ୍କା ଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଉଛି। ବାତ୍ୟା ମୁକାବିଲା ପାଇଁ ବଙ୍ଗଳବାର ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱର ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲେଶ୍ୱରରେ ରହି ସ୍ଥିତିର ଅନୁଧ୍ୟାନ କରିବା ସଂ କ୍ୟାମ୍ପ କରି ସ୍ଥିତି ଉପରେ ନଜର ରଖିବେ ଶକ୍ତିମନ୍ତ୍ରୀ। ପୂର୍ବରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ ଓ ୫ ଜଣ ଆଇପିଏସ ଅଫିସରଙ୍କୁ ଦାୟିତ୍ୱ ଦେଇଥିଲେ ରାଜ୍ୟ ସରକାର।
ଏହି ବାତ୍ୟା ଯୋଗୁ ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିବ। ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବର୍ଷା ସହ ପବନ ଜାରି ରହିଛି ଏହି ୪ ଜିଲା ଗୁଡ଼ିକରେ ଆଜି ରାତିରୁ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୬୦ କିଲୋମିଟର, ଖୋର୍ଦ୍ଧା ଓ ପୁରୀରେ ୯୦ରୁ ୧୨୦ କିଲୋମିଟର ଏବଂ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୬୦ରୁ ୮୦ କିଲୋମିଟର ବେଗ ରହିପାରେ ବୋଲି ଅନୁମାନ କରାଯାଉଛି । ତାସହ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ୪ ମିଟର ଯାଏଁ ଉଚ୍ଚ ଜୁଆର ମାଡ଼ି ଆସିବାର ସମ୍ଭାବନା ବି ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri