ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା ପାଇଁ ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୪ଟି ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାର ତଳି ଅଞ୍ଚଳ ଓ ବିପଦ ଆଶଙ୍କା ଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଉଛି। ବାତ୍ୟା ମୁକାବିଲା ପାଇଁ ବଙ୍ଗଳବାର ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱର ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲେଶ୍ୱରରେ ରହି ସ୍ଥିତିର ଅନୁଧ୍ୟାନ କରିବା ସଂ କ୍ୟାମ୍ପ କରି ସ୍ଥିତି ଉପରେ ନଜର ରଖିବେ ଶକ୍ତିମନ୍ତ୍ରୀ। ପୂର୍ବରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ ଓ ୫ ଜଣ ଆଇପିଏସ ଅଫିସରଙ୍କୁ ଦାୟିତ୍ୱ ଦେଇଥିଲେ ରାଜ୍ୟ ସରକାର।
ଏହି ବାତ୍ୟା ଯୋଗୁ ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିବ। ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବର୍ଷା ସହ ପବନ ଜାରି ରହିଛି ଏହି ୪ ଜିଲା ଗୁଡ଼ିକରେ ଆଜି ରାତିରୁ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୬୦ କିଲୋମିଟର, ଖୋର୍ଦ୍ଧା ଓ ପୁରୀରେ ୯୦ରୁ ୧୨୦ କିଲୋମିଟର ଏବଂ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୬୦ରୁ ୮୦ କିଲୋମିଟର ବେଗ ରହିପାରେ ବୋଲି ଅନୁମାନ କରାଯାଉଛି । ତାସହ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ୪ ମିଟର ଯାଏଁ ଉଚ୍ଚ ଜୁଆର ମାଡ଼ି ଆସିବାର ସମ୍ଭାବନା ବି ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri